Posted inଖେଳ

ବେଲ୍‌ଜିଆନ ଗ୍ରାଁ ପ୍ରି ଜିତିଲେ ହାମିଲଟନ

ସ୍ପା-ଫ୍ରାଙ୍କୋରଚାମ୍ପ୍ସ, ୩୦ା୮ (ଏପି)-ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ ବେଲ୍‌ଜିଆନ ଫର୍ମୁଲା ଓ୍ବାନ୍‌ ମୋଟର ରେସ୍‌ ଜିତିଛନ୍ତି। ଏହା ହେଉଛି ତାଙ୍କ କ୍ୟାରିୟରର ୮୯ତମ ଟାଇଟଲ। ଫର୍ମୁଲା ଓ୍ବାନ ରେକର୍ଡଧାରୀ ମାଇକେଲ ସୁମାକରଙ୍କଠାରୁ ସେ ଦୁଇଟି ବିଜୟ ପଛରେ ରହିଛନ୍ତି। ବିଶ୍ୱଚାମ୍ପିୟନ ଡ୍ରାଇଭର ପୋଲ ପୋଜିଶନରୁ କୌଣସି ଅସୁବିଧାର ସମ୍ମୁଖୀନ ହୋଇ ନ ଥିଲେ। ସେ ତାଙ୍କ ମର୍ସିଡିଜ୍‌ ଟିମ୍‌ମେଟ ଭାଲଟେରୀ ବୋଟାସଙ୍କୁ ୮ ସେକେଣ୍ଡରେ ପରାସ୍ତ କରି ପ୍ରଥମ ସ୍ଥାନ ଅଧିକାର କରିଥିଲେ। ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ଙ୍କ ଠାରୁ ସେ ୧୫ ସେକେଣ୍ଡ ଆଗରେ ରହିଥିଲେ। ରେନଲ୍ଟର ଡାନିଏଲ ରିକାର୍ଡୋ ଚତୁର୍ଥ ହୋଇଥିଲେ। ଦ୍ରୁତତମ ଲାପ୍‌ ପାଇଁ ତାଙ୍କୁ ଅତିରିକ୍ତ ପଏଣ୍ଟ ମିଳିଛି। ଚଳିତ ସିଜନରେ ୭ଟି ରେସ୍‌ରେ ହାମିଲଟନଙ୍କ ଏହା ହେଉଛି ୫ମ ବିଜୟ। ଚାମ୍ପିୟନଶିପ୍‌ ଟେବୁଲ୍‌ରେ ପ୍ରଥମ ସ୍ଥାନରେ ରହିଥିବା ହାମିଲଟନ ଓ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭର୍ଷ୍ଟାପେନ୍‌ଙ୍କ ମଧ୍ୟରେ ପଏଣ୍ଟ ବ୍ୟବଧାନ ୪୭କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

କେମିକାଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

ଜୟପୁର,୧୬ା୨:  ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସୂଚନା ପାଇ ଅଧ ଡଜନ ଦମକଳ ଗାଡ଼ି…

କଟକଣା ହଟିଲେ ସାଲିସ ପାଇଁ ଇରାନ୍‌ ରାଜି

ତେହରାନ୍‌,୧୬ା୨:ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ସାଲିସ କରିବାକୁ ପ୍ରସ୍ତୁତ ରହିଛି। କିନ୍ତୁ ଏଥିପାଇଁ ନିର୍ଦ୍ଦିଷ୍ଟ ସର୍ତ୍ତ ରଖିଛି। ଯଦି ଆମେରିକା କଟକଣା ହଟାଇବ…

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…

ସୁସ୍ଥ ହୃତ୍‌ପିଣ୍ଡ ଓ ରକ୍ତଚାପ

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

‘ମୋତେ ସ୍ତ୍ରୀର ମାନ୍ୟତା ଦିଅ, ନଚେତ୍ ମୁଁ ଆତ୍ମହତ୍ୟା କରିବି’, ଭାଜପା ନେତାଙ୍କ ନାଁରେ ପ୍ରେମିକାଙ୍କ ଗମ୍ଭୀର ଅଭିଯୋଗ

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ମୋରାଦାବାଦରୁ ଏକ ମାମଲା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ବ୍ୟାପକ ଭାବରେ ଚର୍ଚ୍ଚା ହେଉଛି । କୁଣ୍ଡାରକି ଥାନା ଅଞ୍ଚଳ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri