Posted inଖେଳ

ଲେକ୍ସିଂଟନ ଓପନ ଟେନିସ: କ୍ୱାର୍ଟର ଫାଇନାଲରେ ଗୌଫ

ଲେକ୍ସିଂଟନ(ୟୁଏସ), ୧୪।୮(ଏପି)-
ଆମେରିକାର ଟିନ୍‌ଏଜ ଖେଳାଳି କୋକୋ ଗୌଫ ଦ୍ୱିତୀୟ ସିଡ୍‌ ଆରିନା ସାବାଲେନ୍‌କାଙ୍କୁ ୭-୬(୨), ୪-୬, ୬-୪ ସେଟ୍‌ରେ ହରାଇ ଲେକ୍ସିଂଟନ ଓପନ ଟେନିସ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ୧୬ ବର୍ଷୀୟ ଗୌଫ ୧୦ ଥର ଡବଲ୍‌ଫଲ୍ଟ କରିଥିବାବେଳେ ପ୍ରତିପକ୍ଷ ଖେଳାଳିଙ୍କୁ ୭ ଥର ଏପରି କରିବାକୁ ବାଧ୍ୟ କରି ଦେଇଥିଲେ। କରୋନା ଭାଇରସ ସଂକ୍ରମଣ ପରେ ଆମେରିକାରେ ଏହା ପ୍ରଥମ ପ୍ରଫେଶନାଲ ଟେନିସ ଇଭେଣ୍ଟ। ସାବାଲେନ୍‌କା ଏବେ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୧୧ତମ ସ୍ଥାନରେ ଥିବାବେଳେ ଗୌଫ ୫୩ତମ ସ୍ଥାନରେ ଅଛନ୍ତି। ଏବେ ସେ ଟପ୍‌-୫୦ ମଧ୍ୟକୁ ଆସିବା ନିଶ୍ଚିତ ହୋଇଛି। କ୍ୱାର୍ଟର ଫାଇନାଲରେ ଗୌଫ ଶୁକ୍ରବାର ୮ମ ସିଡ୍‌ ଓନ୍ସ ଜାବେଉରଙ୍କୁ ଭେଟିବେ। ଜାବେଉର ୧୦ଟି ଏସ୍‌ ମାରିବା ସହ ଓଲ୍‌ଗା ଗୋଭୋର୍ତ୍ସୋଭାଙ୍କୁ ୩-୬, ୬-୨, ୬-୪ ସେଟ୍‌ରେ ପରାସ୍ତ କରିଥିଲେ। ଅନ୍ୟ ଏକ କ୍ୱାର୍ଟର ଫାଇନାଲ ମାରି ବୌଜକୋଭା ଓ ଜେନିଫର ବାର୍ଡିଙ୍କ ମଧ୍ୟରେ ହେବ। ବାର୍ଡି ୬ଷ୍ଠ ସିଡ୍‌ ମାଗଦା ଲିନେଟଙ୍କୁ ୬-୨, ୬-୩ ସେଟ୍‌ରେ ହରାଇଥିବାବେଳେ ପ୍ରଥମ ରାଉଣ୍ଡରେ ଜୋହାନ କୋଣ୍ଟାଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଥିବା ବୌଜକୋଭା ବୁଧବାର ଆନ୍ନା ବିନ୍‌କୋଭାଙ୍କୁ ୬-୪, ୬-୨ ସେଟ୍‌ରେ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri