Posted inଖେଳ

ଲେକ୍ସିଂଟନ ଓପନ ଟେନିସ: କ୍ୱାର୍ଟର ଫାଇନାଲରେ ଗୌଫ

ଲେକ୍ସିଂଟନ(ୟୁଏସ), ୧୪।୮(ଏପି)-
ଆମେରିକାର ଟିନ୍‌ଏଜ ଖେଳାଳି କୋକୋ ଗୌଫ ଦ୍ୱିତୀୟ ସିଡ୍‌ ଆରିନା ସାବାଲେନ୍‌କାଙ୍କୁ ୭-୬(୨), ୪-୬, ୬-୪ ସେଟ୍‌ରେ ହରାଇ ଲେକ୍ସିଂଟନ ଓପନ ଟେନିସ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ୧୬ ବର୍ଷୀୟ ଗୌଫ ୧୦ ଥର ଡବଲ୍‌ଫଲ୍ଟ କରିଥିବାବେଳେ ପ୍ରତିପକ୍ଷ ଖେଳାଳିଙ୍କୁ ୭ ଥର ଏପରି କରିବାକୁ ବାଧ୍ୟ କରି ଦେଇଥିଲେ। କରୋନା ଭାଇରସ ସଂକ୍ରମଣ ପରେ ଆମେରିକାରେ ଏହା ପ୍ରଥମ ପ୍ରଫେଶନାଲ ଟେନିସ ଇଭେଣ୍ଟ। ସାବାଲେନ୍‌କା ଏବେ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୧୧ତମ ସ୍ଥାନରେ ଥିବାବେଳେ ଗୌଫ ୫୩ତମ ସ୍ଥାନରେ ଅଛନ୍ତି। ଏବେ ସେ ଟପ୍‌-୫୦ ମଧ୍ୟକୁ ଆସିବା ନିଶ୍ଚିତ ହୋଇଛି। କ୍ୱାର୍ଟର ଫାଇନାଲରେ ଗୌଫ ଶୁକ୍ରବାର ୮ମ ସିଡ୍‌ ଓନ୍ସ ଜାବେଉରଙ୍କୁ ଭେଟିବେ। ଜାବେଉର ୧୦ଟି ଏସ୍‌ ମାରିବା ସହ ଓଲ୍‌ଗା ଗୋଭୋର୍ତ୍ସୋଭାଙ୍କୁ ୩-୬, ୬-୨, ୬-୪ ସେଟ୍‌ରେ ପରାସ୍ତ କରିଥିଲେ। ଅନ୍ୟ ଏକ କ୍ୱାର୍ଟର ଫାଇନାଲ ମାରି ବୌଜକୋଭା ଓ ଜେନିଫର ବାର୍ଡିଙ୍କ ମଧ୍ୟରେ ହେବ। ବାର୍ଡି ୬ଷ୍ଠ ସିଡ୍‌ ମାଗଦା ଲିନେଟଙ୍କୁ ୬-୨, ୬-୩ ସେଟ୍‌ରେ ହରାଇଥିବାବେଳେ ପ୍ରଥମ ରାଉଣ୍ଡରେ ଜୋହାନ କୋଣ୍ଟାଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଥିବା ବୌଜକୋଭା ବୁଧବାର ଆନ୍ନା ବିନ୍‌କୋଭାଙ୍କୁ ୬-୪, ୬-୨ ସେଟ୍‌ରେ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri