Posted inଜାତୀୟ

ଗେହଲଟ-ରାଜକୁମାରଙ୍କୁ ମିଳିଲା ସିସୋଡିଆଙ୍କ ବିଭାଗ

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିବା କୈଳାଶ ଗେହଲଟ ଏବଂ ରାଜକୁମାର ଆନନ୍ଦଙ୍କୁ ନୂଆ ବିଭାଗର ଦାୟିତ୍ୱ ମିଳିଛି। ବୁଧବାର ଏନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପ୍ରସ୍ତାବକୁ ଉପରାଜ୍ୟପାଳ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସୂଚନା ମୁତାବକ, ମଙ୍ଗଳବାର ମନୀଷ ସିସୋଡିଆ ନିଜ ପଦରୁ ଇସ୍ତଫା ଦେବା ପରେ ତାଙ୍କ ବିଭାଗ ବଣ୍ଟନ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ। ତେବେ ସନ୍ଧ୍ୟାରେ ସିସୋଡିଆଙ୍କ ୧୮ଟି ବିଭାଗରୁ କେଜ୍‌ରିଓ୍ବାଲ କୈଳାଶଙ୍କୁ ୮ଟି ବିଭାଗ ଏବଂ ରାଜକୁମାରଙ୍କୁ ୧୦ଟି ବିଭାଗ ଦେବାକୁ ଏକ ପ୍ରସ୍ତାବ ଦେବା ସହ ଏସମ୍ପର୍କିତ ଫାଇଲ୍‌କୁ ସେ ଉପରାଜ୍ୟପାଳଙ୍କ ପାଖକୁ ପଠାଇଥିଲେ। ତେବେ ବୁଧବାର ଉପରାଜ୍ୟପାଳ ଭି.କେ ସାକ୍ସେନା ଏହି ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ, ବର୍ତ୍ତମାନ ଗେହଲଟଙ୍କୁ ଅର୍ଥ, ଯୋଜନା, ପବ୍ଲିକ ୱାର୍କ୍ସ ଡିପାର୍ଟମେଣ୍ଟ (ପିଡବ୍ଲ୍ୟୁଡି), ଶକ୍ତି, ଗୃହ, ସହରାଞ୍ଚଳର ବିକାଶ, ଜଳସେଚନ ଏବଂ ଖାଦ୍ୟ ନିୟନ୍ତ୍ରଣ ଏବଂ ଜଳ ବିଭାଗର ଦାୟିତ୍ୱ ଦିଆଯାଇଛି। ସେହିପରି ରାଜକୁମାର ଆନନ୍ଦଙ୍କୁ ଶିକ୍ଷା, ଜମି ଏବଂ ନିର୍ମାଣ, ଭିଜିଲାନ୍ସ, ସେବା, ପର୍ଯ୍ୟଟନ, କଳା, ସଂସ୍କୃତି ଏବଂ ଭାଷା, ଶ୍ରମ, ରୋଜଗାର, ସ୍ବାସ୍ଥ୍ୟ ଏବଂ ଶିଳ୍ପ ବିଭାଗ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri