ହୃଦ୍‌ଘାତରେ ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପରଲୋକ

ବେଜିଙ୍ଗ,୨୭।୧୦: ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀ ଲି.କେକିୟାଙ୍ଗଙ୍କ ୬୮ବର୍ଷ ବୟସରେ ଶୁକ୍ରବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ଏନେଇ ‘ଚାଇନା ସେଣ୍ଟ୍ରାଲ ଟେଲିଭିଜନ’ (ସିସିଟିଭି) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି।

ରିପୋର୍ଟ ମୁତାବକ, ସାଙ୍ଘାଇରେ ରହୁଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଲି.କେକିୟାଙ୍ଗ ଗୁରୁବାର ହୃଦ୍‌ଘାତର ଶିକାର ହୋଇଥିଲେ। ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏକ ଡାକ୍ତରୀ ଦଳ ତାଙ୍କୁ ବଞ୍ଚାଇବାକୁ ଯଥାସମ୍ଭବ ଚେଷ୍ଟା କରିଥିଲେ। ହେଲେ ରାତି ପ୍ରାୟ ୧୨.୧୦ ମିନିଟ୍‌ରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତ୍ୟୁ ସଂକ୍ରାନ୍ତ ଏକ ବିବରଣୀ ପ୍ରକାଶ କରାଯିବ ବୋଲି ‘ସିସିଟିଭି’ ଉକ୍ତ ରିପୋର୍ଟରେ ଉଲ୍ଲେଖ କରିଛି।

ସୂଚନାଯୋଗ୍ୟ, ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ ଶାସନ କାଳରେ ଦେଶର ଦ୍ବିତୀୟ ନେତା ଭାବେ ଲି କେକିଆଙ୍ଗ ୨୦୧୩ରୁ ୨୦୨୨ ଅକ୍ଟୋବର ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ୨୦୨୩ ମାର୍ଚ୍ଚରେ ସେ ଅବସର ଗ୍ରହଣ କରିଥିଲେ। ପ୍ରଖ୍ୟାତ ପେକିଂ ବିଶ୍ବବିଦ୍ୟାଳୟରୁ ଶିକ୍ଷାଲାଭ କରିଥିବା ଅର୍ଥନୀତିଜ୍ଞ ଲି.କେକିଆଙ୍ଗ ଚାଇନାର କମ୍ୟୁନିଷ୍ଟ ପାର୍ଟିର ନେତୃତ୍ୱ ନିମନ୍ତେ ଶ୍ରେଷ୍ଠ ପ୍ରତିଦ୍ୱନ୍ଦ୍ୱୀ ବୋଲି ବିବେଚନା କରାଯାଉଥିଲା। ୨୦୨୦ରେ ସେ ଦେଇଥିବା ସ୍ମରଣୀୟ ଭାଷଣରେ ଦେଶର ଦାରିଦ୍ର୍ୟ ଓ ଅସନ୍ତୁଳିତ ଆୟ ଉପରେ ଜାତୀୟ ବିତର୍କ ପାଇଁ ଆହ୍ବାନ ଦେଇ କହିଥିଲେ, ଚାଇନାର ୬୦୦ ନିୟୁତ ଜନତା ମାସକୁ ୧୪୦ ଡଲାରରୁ କମ୍‌ ଉପାର୍ଜନ କରନ୍ତି। ଲି କେକ୍ବିଆଙ୍ଗଙ୍କ ପରଲୋକ ପରେ ଦେଶରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri