ଶହୀଦ ସୁଶାନ୍ତଙ୍କ ସ୍ମୃତିରେ ଖୋଲିବ ପାଠାଗାର

ଘସିପୁରା,୩୦। ୮(ନିରଞ୍ଜନ ସାହୁ):ଆନନ୍ଦପୁର ଅଞ୍ଚଳର ସିଆର୍‌ପିଏଫ୍‌ ଯବାନ୍‌ ଶହୀଦ ସୁଶାନ୍ତ ଖୁଣ୍ଟିିଆଙ୍କ ଏକାଦଶାହ ଅବସରରେ ଏକ ବ୍ଲକସ୍ତରୀୟ ପାଠାଗାରର ଭିତ୍ତିପ୍ରସ୍ଥର ସ୍ଥାପନ କରାଯାଇଛି। ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ଓ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ଏହି ପାଠାଗାରର ଭିତ୍ତିପ୍ରସ୍ଥର ସ୍ଥାପନ କରିଛନ୍ତି। ସ୍ଥାନୀୟ ପ୍ରଶାସନ ପକ୍ଷରୁ ୩ କୋଟି ୫୦ ଲକ୍ଷ ବ୍ୟୟ ଅଟକଳରେ ନିର୍ମାଣ ହେବାକୁ ଥିବା ଏହି ପାଠାଗାରର ନାମକୁ ଶହୀଦ ସୁଶାନ୍ତ ଖୁଣ୍ଟିଆ ମେମୋରିଆଲ ଲାଇବ୍ରେରୀ ନାମରେ ନାମିତ କରାଯିବ। ଏହା ସହିତ ଆନନ୍ଦପୁର ବ୍ୟାରେଜ ନିକଟସ୍ଥ ପୌରପରିଷଦର ପାର୍କଠାରେ ଶହୀଦଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ମଧ୍ୟ ଭିତ୍ତିିପ୍ରସ୍ତର ସ୍ଥାପନ କରାଯାଇଛି। ଆନନ୍ଦପୁର ଉପଜିଲାପାଳ ଅନୀଲ କୁମାର ସେଠୀଙ୍କ ସଂଯୋଜନାରେ ଏହି ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏସ୍‌ଡିପିଓ ପ୍ରଶାନ୍ତ କୁମାର ବେହେରା, ଜିଲା ଯୁବ ବିଜେଡି ସଭାପତି ରାକେଶ ରାମ ପ୍ରମୁଖ ଉପସ୍ଥିତ ଥିଲେ।
ଏକାଦଶାହ ଅବସରରେ ଦୁଇ ବିଧାୟକ ଶହୀଦଙ୍କ ବାସଭବନରେ ଉପସ୍ଥିତ ରହି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହା ସହିତ ଜିଲା ଯୁବ ବିଜେଡି ସଭାପତି ରାକେଶ ରାମଙ୍କ ଦ୍ୱାରା ରାଜ୍ୟ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ଦିଆଯାଇଥିବା ୨ ଲକ୍ଷ ଟଙ୍କା ଏବଂ ଆନନ୍ଦପୁର ବିଧାୟକ ନିଜେ ୨ ଲକ୍ଷ ଟଙ୍କା ଶହୀଦଙ୍କ ସ୍ତ୍ରୀ ପୂର୍ଣ୍ଣମାଙ୍କୁ ଭେଟି ପ୍ରଦାନ କରିଥିଲେ। ଆନନ୍ଦପୁର ପୌର ଉପନଗରପାଳ ଦୁର୍ଗା ଚରଣ ଦଳେଇ, ସମ୍ପାଦକ ଦେବବ୍ରତ ରାମ, ବରିଷ୍ଠ ବିଜେଡି ନେତା ରମାକାନ୍ତ ବେହେରା ପ୍ରମୁଖ ଶହୀଦଙ୍କ ସ୍ମୃତି ଉଦ୍ଦେଶ୍ୟରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଉଲ୍ଲେଖଯୋଗ୍ୟ, ଗତ ୧୧ ତାରିଖରେ ସୁଶାନ୍ତ ମାଓବାଦୀଙ୍କ ଆକ୍ରମଣରେ ଶହୀଦ ହୋଇଥିଲେ। ସୁଶାନ୍ତଙ୍କ ବିୟୋଗରେ ମ୍ରିୟମାଣ ହୋଇ ତାଙ୍କ ମା’ ସୁନ୍ଦରୀ ଖୁଣ୍ଟିିଆ ମଧ୍ୟ ୧୮ତାରିଖରେ ଆଖିବୁଜି ଦେଇଥିଲେ। ଫଳରେ ଶହୀଦଙ୍କ ମା’ଙ୍କ କ୍ରିୟା କର୍ମ ଅନୁସାରେ ସୋମବାର ଉଭୟଙ୍କ ଏକାଦଶାହ କ୍ରିୟା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?