କାର୍‌ ଦୁର୍ଘଟଣାରେ ଏଲ୍‌ଆଇସି ବ୍ରାଞ୍ଚ ମ୍ୟାନେଜର ମୃତ

ଆନନ୍ଦପୁର/କେନ୍ଦୁଝର,୪ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଜୀବନବୀମା ନିଗମ ଶାଖା ପରିଚାଳକଙ୍କ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି।

କେନ୍ଦୁଝର ଜିଲା ଜୀବନବୀମା ନିଗମର କେନ୍ଦୁଝର ଶାଖା ପରିଚାଳକ ନାରାୟଣ ଚନ୍ଦ୍ର ମଲିକ ରବିବାର ସକାଳୁ ନିଜ କାର୍‌ ଯୋଗେ ଆନନ୍ଦପୁରକୁ ଏକ ସଭାରେ ଯୋଗ ଦେବାପାଇଁ ଅସୁଥିବା ବେଳେ ହଠାତ୍‌ ଘସିପୁରା ଥାନା ଅନ୍ତର୍ଗତ ଦରଖଳା ନିକଟ ରଙ୍ଗମାଟିଆ ଛକ ନିକଟରେ କାର୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଶାଖା ପରିଚାଳକ ନାରାୟଣ ଚନ୍ଦ୍ର ମଲିକଙ୍କ ଜୀବନ ଚାଲିଯାଇଥିଲା। ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ ଆଣି ଅନୁସନ୍ଧାନ ଜାରି ରଖିଛି। ତାଙ୍କ ଶେଷକୃତ୍ୟରେ ଶହ ଶହ ଜୀନବୀମା ଏଜେଣ୍ଟ, ଶାଖାର କର୍ମଚାରୀ, ସ୍ତ୍ରୀ,ଝିଅ, ପୁଅ ଉପସ୍ଥିତ ଥିଲେ। କଟକ ମଣ୍ଡଳର ବରିଷ୍ଠ ମଣ୍ଡଳ ପ୍ରବନ୍ଧକ ଅମୀୟ ଭୂଷଣ ରଥ ଶେଷକୃତ୍ୟରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri