ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ଏଲ୍‌ଆଇସି ଲିଷ୍ଟିଂ

ନୂଆଦିଲ୍ଲୀ,୧୨।୮: ରାଷ୍ଟ୍ରାୟତ୍ତ ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)କୁ ଚଳିତ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ପୁଞ୍ଜିବଜାରରେ ଲିଷ୍ଟିଂ ବା ସୂଚୀଭୁକ୍ତ କରାଇବା ଲାଗି ସରକାର ଯୋଜନା ରଖିଛନ୍ତି। ରାଷ୍ଟ୍ରାୟତ୍ତ କମ୍ପାନୀଗୁଡ଼ିକରୁ ୫୦ ହଜାର କୋଟି ଟଙ୍କାର ଡିଭିଡେଣ୍ଡ ଆଦାୟ କରିବାକୁ ସରକାର ଯୋଜନା ରଖିଥିବା ଅର୍ଥ ମନ୍ତ୍ରଣାଳୟର ରାଷ୍ଟ୍ରାୟତ୍ତ ସମ୍ପତ୍ତି ପରିଚାଳନା ଏବଂ ନିବେଶ ବିଭାଗ ସଚିବ ତୁହିନକାନ୍ତ ପାଣ୍ଡେ ବୁଧବାର ସୂଚନା ଦେଇଛନ୍ତି। ବିଭିନ୍ନ କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ଥିବାରୁ ଚଳିତ ଆର୍ଥତ୍କ ବର୍ଷ ଚତୁର୍ଥ ତ୍ରୈମାସକୁ ସରକାର ଧ୍ୟାନରେ ରଖିଛନ୍ତି। ସେହିଭଳି ରାଷ୍ଟ୍ରାୟତ୍ତ ଭାରତ ପେଟ୍ରୋଲିୟମ ଏବଂ ଏୟାର ଇଣ୍ଡିଆର ଘରୋଇକରଣ ମାର୍ଚ୍ଚ ୨୦୨୨ ସୁଦ୍ଧା ସାରିବାକୁ ଯୋଜନା ରଖାଯାଇଛି। ଏଲ୍‌ଆଇସିର ଆଇପିଓ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ଗତ ମାସରେ ମଞ୍ଜୁରୀ ପ୍ରଦାନ କରିଛି। ଏହାର କେତେ ଅଂଶଧନ ବିକ୍ରି ହେବ ସେ ନେଇ ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ବିଚାର କରିବ। ଆର୍ଥତ୍କ ସେବା ବିଭାଗ ଏ ସଂକ୍ରାନ୍ତ ବିଭିନ୍ନ ଦିଗ ଉପରେ ବର୍ତ୍ତମାନ କାମ କରୁଛି। ଏଲ୍‌ଆଇସି ଆଇନ ୧୯୫୬ର ସଂଶୋଧନ ହେବ। ସରକାର ପ୍ରସ୍ତାବିତ ଆଇପିଓ ନେଇ ଶୀଘ୍ର ଏନେଇ ଏକ ଡ୍ରାଫ୍ଟ ଜାରି କରିବେ। ସେବି ସହ ଏ ଦିଗରେ ଆଲୋଚନା ଜାରି ରହିଛି ବୋଲି ପାଣ୍ଡେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri