ଏଲ୍‌ଆଇସିର ତ୍ରୈମାସିକ ଫଳାଫଳ

ମୁମ୍ବାଇ,୯।୧୧: ଭାରତୀୟ ଜୀବନ ବୀମା ନିଗମ (ଲାଇଫ୍‌ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି ଇଣ୍ଡିଆ) ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଏହି ବୈଠକରେ ନିଗମର ଆଗାମୀ କାର୍ଯ୍ୟକଳାପ ସାଙ୍ଗକୁ ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକ ଏବଂ ଅର୍ଦ୍ଧବାର୍ଷିକ ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି।
ଉଲ୍ଲେଖଯୋଗ୍ୟ,୨୦୨୪ ସେପ୍ଟେମ୍ବର ୩୦ ଶେଷ ସୁଦ୍ଧା ଏବଂ ଚଳିତ ଆର୍ଥିକ ବର୍ଷର ପ୍ରଥମ ୬ ମାସ ବା ଅର୍ଦ୍ଧବାର୍ଷିକ ମଧ୍ୟରେ ନିଗମର ଟିକସ ପରବର୍ତ୍ତୀ ଲାଭ (ପିଏଟି) ୧୮,୦୮୨ କୋଟି ରହିଛି। ଏପରିକି ଗତ ବର୍ଷର ଏହି ଅବଧି ତୁଳନାରେ ଚଳିତ ବର୍ଷର କାରବାର ୩.୫୧% ବୃଦ୍ଧି ଘଟିଥିଲାବେଳେ ୨୦୨୩ର ଏହି ସମୟରେ ନିଗମର ପିଏଟି ୧୭,୪୬୯ କୋଟି ଥିଲାବେଳେ ୨୦୨୪ର ଏହି ସମୟରେ ପିଏଟି ୧୮,୦୮୨ କୋଟିରେ ପହଞ୍ଚତ୍ଛି। ସେହିଭଳି ନିଗମର ମୋଟ କାରବାର ଏବଂ ବଜାର ଅଂଶ ଚଳିତ ଆର୍ଥିକ ବର୍ଷର ଅର୍ଦ୍ଧବାର୍ଷିକ ଶେଷ ସୁଦ୍ଧା ୬୧.୦୭% ରହିଥିଲାବେଳେ ଗତ ଆର୍ଥିକ ବର୍ଷର ଏହି ଅବଧି ମଧ୍ୟରେ ନିଗମର ମୋଟ କାରବାର ଏବଂ ବଜାର ଅଂଶ ୫୮.୫୦% ରହିଥିଲା। ସେହିପରି ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକ ଶେଷ ସୁଦ୍ଧା ନିଗମର ବଜାର ଅଂଶ ପ୍ରତ୍ୟକ୍ଷ କାରବାର କ୍ଷେତ୍ରରେ ୩୯.୭୯% ଏବଂ ସମୂହ କାରବାର କ୍ଷେତ୍ରରେ ୭୪.୭୭% ବୃଦ୍ଧି ହାସଲ କରିଛି।
ଏ ସମ୍ପର୍କରେ ଏଲ୍‌ଆଇସିର ଏମ୍‌ଡି ତଥା ସିଇଓ ସିଦ୍ଧାର୍ଥ ମହାନ୍ତି କହିଥିଲେ, ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକ ଏବଂ ଅର୍ଦ୍ଧବାର୍ଷିକ ଆର୍ଥିକ ଫଳାଫଳ ଘୋଷଣା କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମର ମୋଟ କାରବାର ଏବଂ ବଜାର ଅଂଶ ଚଳିତ ଆର୍ଥିକ ବର୍ଷର ଅର୍ଦ୍ଧବାର୍ଷିକ ଶେଷ ସୁଦ୍ଧା ୬୧.୦୭% ରହିଥିଲାବେଳେ ଗତ ଆର୍ଥିକ ବର୍ଷ ର ଏହି ଅବଧି ମଧ୍ୟରେ ନିଗମର ମୋଟ କାରବାର ଏବଂ ବଜାର ଅଂଶ ୫୮.୫୦% ରହିଥିଲା। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷରେ ନିଗମ ମୋଟ ୫୮.୮୭% କାରବାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri