ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି। ମୃତକ ହେଲେ ଲିଙ୍ଗରାଜ ସାହୁଙ୍କ ଝିଅ ଲକ୍ଷ୍ମୀପ୍ରିୟା ସାହୁ । ସୂଚନା ଅନୁସାରେ ଲକ୍ଷ୍ମୀପ୍ରିୟା ୬ଷ୍ଠ ଶ୍ରେଣୀରେ ପଢୁଥିଲେ। କିଛି ମାସ ତଳେ ତାଙ୍କ ମୁଣ୍ଡରେ ଉକୁଣୀ ହୋଇଥିଲା। ଅନେକ ପ୍ରତିକାର କରିବା ସତ୍ତ୍ୱେ ଭଲ ହୋଇନଥିଲା । ଏହାରି ଭିତରେ ଉକୁଣୀ ଖପୁରୀକୁ ଆକ୍ରାନ୍ତ କରିଥିଲେ । ୩ ଦିନ ତଳେ ହଠାତ୍‌ ତାଙ୍କର ରକ୍ତବାନ୍ତି ହେବାରୁ ପରିବାର ଲୋକେ ଲକ୍ଷ୍ମୀପ୍ରିୟାଙ୍କୁ ପୁରୀ ମେଡିକାଲକୁ ନେଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ଲକ୍ଷ୍ମୀପ୍ରିୟାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।

Dharitri – Odisha’s No.1 Odia Daily