Posted inଜାତୀୟ

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା ସହ ସେମାନଙ୍କ ବିରୋଧରେ ଜରିମାନା ଓ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବୁଧବାର କେନ୍ଦ୍ର ସରକାର ଚେତାବନୀ ଦେଇଛନ୍ତି।
୧ ଡ୍ରଗ୍ସ, ସେଗୁଡ଼ିକର ବ୍ୟବହାର, ରିସ୍କ ଓ ନିୟାମକ ଉପରେ କେନ୍ଦ୍ର ଏକ ବିସ୍ତୃତ ବିବରଣୀରେ କହିଛି ଯେ, ନିକଟରେ ଅନେକ ପ୍ରକାର ଓଜନ ହ୍ରାସ ଔଷଧ ଭାରତୀୟ ବଜାରକୁ ଆସିଛି। ଖୁଚୁରା ଫାର୍ମାସି, ଅନ୍‌ଲାଇନ୍‌ ପ୍ଲାଟଫର୍ମ, ହୋଲ୍‌ସେଲର ଓ ଓ୍ବେଲ୍‌ନେସ୍‌ କ୍ଲିନିକ୍‌ରେ ସେଗୁଡ଼ିକ ଅତି ସହଜରେ ବଜାରରେ ଉପଲବ୍ଧ ହେଉଛି, ଯାହାକି ଅତ୍ୟନ୍ତ ଚିନ୍ତାଜନକ। ଡାକ୍ତରଙ୍କ ବିନା ପରାମର୍ଶରେ ଲୋକେ ଏଭଳି ଡ୍ରଗ୍ସ ବ୍ୟବହାର କରୁଥିବାରୁ ସେମାନଙ୍କ ସ୍ବାସ୍ଥ୍ୟ ଉପରେ ନକାରାତ୍ମକ ପ୍ରଭାବ ପଡ଼ୁଛି। ମଧୁମେହ ଚିକିତ୍ସା ପାଇଁ ଜିଏଲ୍‌ପି ୧ ଡ୍ରଗ୍ସ ବ୍ୟବହାର କରାଗଲେ ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା ଦେଖାଦେଇପାରେ। ତେଣୁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ ଏ ସମ୍ପର୍କିତ ନିୟାମକ ସର୍ଭିଲାନ୍ସକୁ କଡ଼ାକଡ଼ି କରିଛନ୍ତି। ଦେଶରେ କେବଳ ଏଣ୍ଡ୍ରୋକ୍ରୋନୋଲୋଜିଷ୍ଟ, ଇଣ୍ଟର୍ନାଲ ମେଡିସିନ୍‌ ସ୍ପେଶାଲିଷ୍ଟ ଓ କାର୍ଡିଓଲୋଜିଷ୍ଟଙ୍କ ପରାମର୍ଶରେ ହିଁ ଏହାର ବିକ୍ରିକୁ ଅନୁମତି ଦିଆଯାଇଥିବା ଏଥିରେ ସ୍ପଷ୍ଟ କରାଯାଇଛି। ପ୍ରକାଶ ଯେ, ନିକଟରେ ଏଭଳି ୪୯ ସଂସ୍ଥା ଉପରେ ଚଢ଼ାଉ କରାଯାଇଥିଲା। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜଣାପଡ଼ିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?