ଚଢ଼ାଦରରେ ବିକ୍ରି କରୁଥିଲେ ସାର, ବରଗଡ଼ର ଏହି ୨ ଦୋକାନୀଙ୍କ ଲାଇସେନ୍ସ ରବ୍ଦ କଲା…

ବରଗଡ଼,୧୧।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାର କଳାବଜାର ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ସରକାରୀ ଧାର୍ଯ୍ୟ ମୂଲ୍ୟଠାରୁ ଅଧିକ ଦରରେ କିଛି ଦୋକାନୀ ସାର ବିକ୍ରି କରୁଥିବା ଯୋଗୁ ଚାଷୀମାନେ ଶୋଷିତ ହେଉଛନ୍ତି। ତେବେ ଏଭଳି ଚଢ଼ାଦରରେ ସାରବିକ୍ରି ଜିଲାର ୨ସାର ଦୋକାନୀଙ୍କୁ ମହଙ୍ଗା ପଡ଼ିଛି। ବୁଧବାର କୃଷି ବିଭାଗ ବରଗଡ଼ସ୍ଥିତ ଉମାଶଙ୍କର ଶୁକ୍ଲା ଏବଂ ଭେଡ଼େନ ବ୍ଲକ ଅନ୍ତର୍ଗତ ସହରାଟିକ୍ରାସ୍ଥିତ ସାଇରାମ ଫର୍ଟିଲାଇଜର୍ସ ଏଣ୍ଡ୍‌ ପେଷ୍ଟିସାଇଡ୍ସର ସାରବିକ୍ରି ଲାଇସେନ୍ସକୁ ରବ୍ଦ କରି ଦେଇଛି।

ସୂଚନା ଅନୁଯାୟୀ, ଉପରୋକ୍ତ ୨ସାର ଦୋକାନରେ ଚଢ଼ାଦରରେ ସାରବିକ୍ରି ହେଉଥିବା ନେଇ କୃଷି ବିଭାଗକୁ ସୂଚନା ମିଳିଥିଲା। ସେହି ସୂଚନାକୁ ଆଧାର କରି କୃଷି ବିଭାଗର ଏକ ଟଇମ୍‌ ଉପରୋକ୍ତ ଦୋକାନରେ ଅତର୍କିତ ଚଢ଼ାଉ କରି ଯାଞ୍ଚ କରିଥିଲେ। ଯାଞ୍ଚବେଳେ ସମ୍ପୃକ୍ତ ଦୋକାନୀ କୌଣସି ସନ୍ତୋଷଜନକ ଉତ୍ତର ଦେଇ ପାରି ନ ଥିଲେ। ଏହାକୁ ଭିତ୍ତି କରି ଗୋଷ୍ଠୀ କୃଷି ଅଧିକାରୀ(ବିଏଓ) ଈତିସ୍ମିତା ଦେବତା ଏବଂ ସହକାରୀ କୃଷି ଅଧିକାରୀ ଯୋତ୍ସ୍ନାରାଣୀ ଭିତ୍ରିୟା, ତ୍ରୈଲୋକ୍ୟ ଦାଶ କୃଷି ବିଭାଗଠାରେ ଯାଞ୍ଚ ରିପୋର୍ଟ ଦାଖଲ କରିଥିଲେ। ସେହି ଯାଞ୍ଚ ରିପୋର୍ଟ ଆଧାରରେ କୃଷି ଜିଲା ଅଧିକାରୀ(ଏଡିଓ) ମମତାରାଣୀ ତ୍ରିପାଠୀ ଉପରୋକ୍ତ ଦୋକାନୀଙ୍କ ସାରବିକ୍ରି ଲାଇସେନ୍ସକୁ ରବ୍ଦ କରିଥିଲେ ବୋଲି କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri