ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ ବିକ୍ରି କଲେ ଲାଇସେନ୍ସ ରଦ୍ଦ

ଭୁବନେଶ୍ୱର, ୨୦।୧(ଅସମାପିକା ସାହୁ)- ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ ବିକ୍ରି କରି ଧରା ପଡ଼ିଲେ ମେଡିସିନ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ ହେବ। ରାଜ୍ୟ ସରକାର ଏଭଳି କଡ଼ା ଚେତାବନୀ ଦେଇଛନ୍ତି। ଆଣ୍ଟିବାୟୋଟିକର ଅତ୍ୟଧିକ ବ୍ୟବହାର ରୋକିବାକୁ କେନ୍ଦ୍ର ସରକାର ନୂଆ ଗାଇଡ଼ଲାଇନ୍‌ ଆଣିବା ପରେ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏଣିକି ଡାକ୍ତରମାନେ ଔଷଧ ଲେଖିବା ବେଳେ ଆଣ୍ଟିବାୟୋଟିକ୍‌ ଦେଲେ, କେଉଁ କାରଣ ପାଇଁ ସେମାନେ ଆଣ୍ଟିବାୟୋଟିକ୍‌ ଲେଖୁଛନ୍ତି, ତାହା ପ୍ରେସକ୍ରିପ୍ସନରେ ଉଲ୍ଲେଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ପରିପ୍ରେକ୍ଷୀରେ ଡ୍ରଗ୍ସ କଣ୍ଟ୍ରୋଲର ଅଶୋକ କୁମାର ପାତ୍ର କହିଛନ୍ତି, ବିନା ପ୍ରେସକ୍ରିପସନରେ କେହି ଆଣ୍ଟିବାୟୋଟିକ୍‌ ବିକ୍ରି କରିପାରିବେ ନାହିଁ। ଯଦି ବିକୁଥିବାର ଧରାପଡ଼ନ୍ତି, ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ପଠାଯିବ। ସେମାନଙ୍କ ବିରୋଧରେ ଡ୍ରଗ୍ସ ଆଣ୍ଡ କସମେଟିକ୍ସ(Drugs and Cosmetics) ଆଇନ ଅନୁସାରେ କାର୍ଯାନୁଷ୍ଠାନ ନିଆଯିବ। ଏପରିକି ଦରକାର ପଡ଼ିଲେ ଲାଇସେନ୍ସ ସସପେଣ୍ଡ ଓ ରଦ୍ଦ ବି କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଡାକ୍ତରମାନେ ଆଣ୍ଟିବାୟୋଟିକ୍ସ ପ୍ରେସକ୍ରାଇବ କରିବାର କାରଣ ସ୍ପଷ୍ଟ କରି ଲେଖିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, ପୂର୍ବରୁ ଏ ନେଇ ନିୟମ ରହିଛି।

ତେବେ ଆଣ୍ଟିବାୟୋଟିକ୍ସର ଯୁକ୍ତି ସଂଗତ ବ୍ୟବହାର ହେଉନଥିବାରୁ କେନ୍ଦ୍ର ସରକାର ଏଭଳି ଅପିଲ କରିଛନ୍ତି। ଏହା ସ୍ବାଗତଯୋଗ୍ୟ। ପ୍ରେସକ୍ରିପସନ ନ ଦେଖି ଦୋକାନୀ ଔଷଧ ବି ଦେବା କଥା ନୁହେଁ। ଏହା ଉପରେ ନିୟନ୍ତ୍ରଣ ଆସିବା ଦରକାର। ଯେଉଁଠି ଆବଶ୍ୟକତା ନାହିଁ ଆଣ୍ଟିବାୟୋଟିକ୍‌ ଦେବା ଉଚିତ ନୁହେଁ। ଏପରି କିଛି ଡ୍ରଗ୍ସ ଅଛି, ଯାହାକୁ ବିନା ପ୍ରେସକିପସନ୍‌ରେ ଦିଆଯାଇ ପାରିବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?