ଆଇଆଇଟିଏଫ୍‌ରେ ଏଲ୍‌ଆଇସିର ଆକର୍ଷଣୀୟ ଷ୍ଟଲ୍‌

ନୂଆଦିଲ୍ଲୀ,୧୮।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆୟୋଜିତ ୪୩ତମ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଟ୍ରେଡ ଫେୟାର (ଆଇଆଇଟିଏଫ୍‌) ରେ ଲାଇଫ ଇନସ୍ୟୁରାନ୍ସ କର୍ପୋରେଶନ ଅଫ ଇଣ୍ଡିଆ (ଏଲ୍‌ଆଇସି ଇଣ୍ଡିଆ ବା ଏଲ୍‌ଆଇସି) ର ଆକର୍ଷଣୀୟ ଷ୍ଟଲ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏଲ୍‌ଆଇସି ଇଣ୍ଡିଆର ଇଡି (ସିସି) ଆଦିତ୍ୟ ଗୁପ୍ତା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଲ୍‌ଆଇସି ଇଣ୍ଡିଆର ନର୍ଦର୍ନ ଜୋନ ଜେଡଏମ ପି. ଏସ୍‌. ବଜାଜଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ୧୪ ଦିନ ବ୍ୟାପୀ ଚାଲିବାକୁ ଥିବା ଏହି ମେଳାକୁ ଲକ୍ଷାଧିକ ଲୋକ ଓ ଅନେକ ଏଲଆଇସି ହିତାଧିକାରୀ ମଧ୍ୟ ଆସିବାକୁ ଥିବାବେଳେ ନିଗମର ସେବା, ସୁବିଧା ଓ ନୂତନ ଉତ୍ପାଦ ସମ୍ପର୍କରେ ବିସ୍ତୃତ ଭାବେ ସୂଚନା ପ୍ରଦାନ ସହ ଅବଗତ କରାଇବା ପାଇଁ ଏହି ଷ୍ଟଲ କରାଯାଇଥିବା ନିଗମ ପକ୍ଷରୁ ବିସ୍ତୃତ ଭାବେ ଆଲୋକପାତ କରାଯାଇଛି।ସେହିଭଳି ନିଗମର ୬୮ତମ ପୂର୍ତ୍ତି ଉତ୍ସବ ଅବସରରେ ଅନେକ ପ୍ରକାର ଯୋଜନା ଓ ସୁବିଧା ସାଙ୍ଗକୁ ନୂଆ ନିଯୁକ୍ତି ଓ ଏଜେଣ୍ଟ ଭଳି ମହତ୍ତ୍ୱପୂର୍ଣ୍ଣ ସୁବିଧାର ଲାଭ ଆଶାୟୀ ବ୍ୟକ୍ତିବିଶେଷମାନେ ଉଠାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri