୭ଲକ୍ଷ କୋଟି ଉପରେ ଏଲ୍‌ଆଇସିର ମାର୍କେଟ କ୍ୟାପ୍‌

ଭୁବନେଶ୍ୱର,୧୦।୨: ଭାରତୀୟ ଜୀବନ ବୀମା ନିଗମ ( ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି ଇଣ୍ଡିଆ)କୁ ନିକଟରେ ଏକ ବଡ ସଫଳତା ମିଳିଛି। ଏଲ୍‌ଆଇସି ୭ଲକ୍ଷ କୋଟି ଟଙ୍କାରୁ ଅଧିକ ମାର୍କେଟ କ୍ୟାପ୍‌ ସହ ଭାରତର ୫ମ ମୂଲ୍ୟବାନ୍‌ କମ୍ପାନୀ ହୋଇଛି। ବିଶେଷକରି କମ୍ପାନୀର ଶେୟାର ପ୍ରାୟ ୬% ବୃଦ୍ଧି ପାଇ ୭.୦୧ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଏହା ପୂର୍ବରୁ ଏଲ୍‌ଆଇସିର ମାର୍କେଟ କ୍ୟାପ୍‌ ୬.୯୯ଲକ୍ଷ କୋଟି ଟଙ୍କା ଥିଲା। ଅପରପକ୍ଷରେ ୨୦୨୩-୨୪ ଆର୍ଥିକ ବର୍ଷର ତ୍ରୈମାସିକରେ ନିଗମର ଫଳାଫଳ ବେଶ୍‌ ଉତ୍ସାହଜନ ରହିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ଅକ୍ଟୋବରରୁ ଡିସେମ୍ବର ତ୍ରୈମାସିକ ଫଳାଫଳ ଘୋଷଣା ପରଠାରୁ ନିଗମର ଶେୟାର ବୃଦ୍ଧି ଦେଖିବାକୁ ମିଳିଛି। ସେହିଭଳି ଏଲ୍‌ଆଇସି ମାର୍କେଟ କ୍ୟାପ ଗୁରୁବାର ପ୍ରଥମ ଥର ୭ଟ୍ରିଲିୟନରୁ ଅଧିକ ହୋଇଥିଲାବେଳେ ଏଲ୍‌ଆଇସି ୨୦୨୨ ମେ ୧୭ରେ ବଜାର ଲିଷ୍ଟିଂ ପରଠାରୁ ନିବେଶକଙ୍କୁ ୨୮%ରୁ ଅଧିକ ରିଟର୍ନ ଦେଇଛି। ଉଲ୍ଲେଖଯୋଗ୍ୟ, ଦେଶର ମୂଲ୍ୟବାନ୍‌ କମ୍ପାନୀ ତାଲିକାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ, ଟାଟା କନ୍‌ସଲଟାନ୍ସି ସର୍ଭିସେସ୍‌, ଏଚ୍‌ଡିଏଫ୍‌ସି ବ୍ୟାଙ୍କ, ଇନ୍‌ଫୋସିସ୍‌ ସମେତ ଏଲ୍‌ଆଇସି ମଧ୍ୟ ସାମିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri