ଏଲ୍‌ଆଇସିର ନୂତନ ଯୋଜନା ଉନ୍ମୋଚିତ

ନୂଆଦିଲ୍ଲୀ,୧୭।୨: ଭାରତୀୟ ଜୀବନ ବୀମା ନିଗମ (ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି)ର ନୂତନ ଯୋଜନା ‘ଅମ୍ରିତ୍‌ବଳ’(ପ୍ଲାନ୍‌ ୮୭୪)ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏଲ୍‌ଆଇସିର ମୁମ୍ବାଇ କାର୍ଯ୍ୟାଳୟଠାରେ ଏକ ସ୍ବତନ୍ତ୍ର ଶୁଭାରମ୍ଭ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ଅର୍ଥ ମନ୍ତ୍ରଣାଳୟର ସଚିବ (ଫାଇନାନ୍ସିଆଲ ସର୍ଭିସ୍‌) ଡ. ବିବେକ ଜୋଷୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉନ୍ମୋଚନ (ଶୁଭାରମ୍ଭ) ସହ ବଜାର ପ୍ରବେଶ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଲ୍‌ଆଇସିର ଚେୟାରମ୍ୟାନ ସିଦ୍ଧାର୍ଥ ମହାନ୍ତିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ,ଏଲ୍‌ଆଇସିର ଏହି ନୂତନ ଯୋଜନା ଅମ୍ରିତ୍‌ବଳ(ପ୍ଲାନ ୮୭୪) ଏକ ଅଭିନବ ବୀମା ଯୋଜନା ହୋଇଥିବାବେଳେ ଏହା ବିଶେଷକରି ଶିଶୁର ଉଚ୍ଚ ଶିକ୍ଷା ଓ ଅନ୍ୟାନ୍ୟ ଆବଶ୍ୟକତା ପାଇଁ ବେଶ୍‌ ସହାୟକ ହେବ। ସେହିଭଳି ଏହା ଏକ ବ୍ୟକ୍ତିଗତ, ସେଭିଂ ଜୀବନ ବୀମା ଯୋଜନା ହୋଇଥିବାବେଳେ ବିଶେଷ ସୁବିଧାର ବ୍ୟାପକ ସମ୍ଭାର ଅନ୍ତର୍ଭୁକ୍ତ ରହିଛି।
ଏ ସମ୍ପର୍କରେ ଏଲ୍‌ଆଇସିର ଚେୟାରମ୍ୟାନ ମହାନ୍ତି କହିଥିଲେ, ନିଗମର ଏହି ନୂତନ ଯୋଜନାକୁ ଉନ୍ମୋଚନ ସହ ବଜାର ପ୍ରବେଶ କରାଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏହି ଯୋଜନା ୨୦୨୪ ଫେବୃଆରୀ ୧୭ରୁ ସାରା ଦେଶରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri