ବଜାରରେ ଏଲ୍‌ଆଇସିର ନୂତନ ଉତ୍ପାଦ

ମୁମ୍ବାଇ,୭।୮: ଭାରତୀୟ ଜୀବନ ବୀମା ନିଗମ (ଲାଇଫ୍‌ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି ଇଣ୍ଡିଆ)ର ନୂତନ ଉତ୍ପାଦ ରେଞ୍ଜ ଯଥା ଏଲ୍‌ଆଇସି ୟୁବା ଟର୍ମ (ପ୍ଲାନ୍‌ ୮୭୫)/ ଡିଜି ଟର୍ମ (ପ୍ଲାନ ୮୭୬) ଏବଂ ଏଲ୍‌ଆଇସି ଯୁବା କ୍ରେଡିଟ ଲାଇଫ (ପ୍ଲାନ୍‌ ୮୭୭) / ଡିଜି କ୍ରେଡିଟ୍‌ ଲାଇଫ (ପ୍ଲାନ୍‌ ୮୭୮)’ର ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏଲ୍‌ଆଇସି ଇଣ୍ଡିଆର ମୁମ୍ବାଇ କାର୍ଯ୍ୟାଳୟଠାରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଏଲ୍‌ଆଇସି ଇଣ୍ଡିଆର ଏମ୍‌ଡି ତଥା ସିଇଓ ସିଦ୍ଧାର୍ଥ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ଏଲ୍‌ଆଇସି ଇଣ୍ଡିଆର ଏହି ନୂତନ ଉତ୍ପାଦଗୁଡ଼ିକ ହିତାଧିକାରୀଙ୍କୁ ଅନେକ ପ୍ରକାର ସୁବିଧା ଓ ସୁରକ୍ଷିତ ବୀମା ସେବା ଉଭୟ ଅଫ୍‌ଲାଇନ ଓ ଅନ୍‌ଲାଇନ ଜରିଆରେ ଯୋଗାଇଦେଇଥାଏ। ସେହିଭଳି ଉପରୋକ୍ତ ନୂତନ ବୀମା ଉତ୍ପାଦ ଜରିଆରେ ହିତାଧିକାରୀ ସେମାନଙ୍କ ଅନେକ ପ୍ରକାର ଆବଶ୍ୟକତା ପୂରଣ କରିପାରିବେ ବୋଲି ନିଗମ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।
ଏ ସମ୍ପର୍କରେ ଏଲ୍‌ଆଇସି ଇଣ୍ଡିଆର ଏମ୍‌ଡି ତଥା ସିଇଓ ସିଦ୍ଧାର୍ଥ ମହାନ୍ତି କହିଥିଲେ, ନିଗମର ନୂତନ ଉତ୍ପାଦ ରେଞ୍ଜକୁ ଉନ୍ମୋଚନକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହା ଜରିଆରେ ହିତାଧିକାରୀମାନେ ଅନେକ ସୁଫଳ ପାଇପାରିବେ। ଉଭୟ ଯୁବା ଟର୍ମ/ ଡିଜି ଟର୍ମ ଏବଂ ଯୁବା କ୍ରେଡିଟ୍‌ ଲାଇଫ୍‌/ ଡିଜି କ୍ରେଡିଟ ଲାଇଫ୍‌ ଜରିଆରେ ନିଗମ ହିତାଧିକାରୀଙ୍କୁ ବ୍ୟାପକ ପ୍ରକାର ସୁବିଧା ଯୋଗାଇ ଦେଉଛି। ଉପରୋକ୍ତ ପ୍ଲାନ୍‌ଗୁଡିକ ନନ୍‌-ପାର୍‌, ନନ୍‌-ଲିଙ୍କ୍‌ଡ, ଲାଇଫ, ବ୍ୟକ୍ତିଗତ, ପିଅର ରିସ୍କ ପ୍ଲାନ୍‌ ହୋଇଥିଲାବେଳେ ପରିବାର ଓ ଆର୍ଥକ ସୁରକ୍ଷା ହିତାଧିକାରୀ ପରିବାରବର୍ଗଙ୍କୁ ଯୋଗାଇଦେଇଥାଏ ବୋଲି ମହାନ୍ତି ବିସ୍ତୃତ ଭାବେ ମତପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri