ବିଏସ୍‌କଓ୍ବୋଇରେ ମିଛ ପ୍ରଚାର କରାଯାଉଛି: ସୁରଜ

ଭୁବନେଶ୍ବର,୩ା୨(ବ୍ୟୁରୋ):କେନ୍ଦ୍ର ବଜେଟରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ କମିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ତଥ୍ୟ ସମ୍ପୂର୍ଣ୍ଣ ଭୁଲ୍‌ ଓ ନିରାଧାର ବୋଲି ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୁରଜ କହିଛନ୍ତି, ରାଜ୍ୟ ଭାଜପା ନେତୃବୃନ୍ଦଙ୍କ ପ୍ରତି ବୁଧବାର ମୁଖ୍ୟମନ୍ତ୍ରୀ ପ୍ରୟୋଗ କରିଥିବା ଶବ୍ଦ ଅଶୋଭନୀୟ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓଡ଼ିଶା ଗସ୍ତ ସମୟରେ କହିଥିଲେ, ଓଡ଼ିଶା ଶାସନକୁ କିଏ ଚଲାଉଛି ଏବଂ ତା’ର ଶାସନ ଦାୟିତ୍ୱ କାହା ହାତରେ ନ୍ୟସ୍ତ ରହିଛି। ମୁଖ୍ୟମନ୍ତ୍ରୀ ବଜେଟକୁ ଭଲରେ ଜାଣି ଟୁଇଟ୍‌ କରିଛନ୍ତି ନା ତାଙ୍କ ଅଜାଣତରେ କିଏ ପୋଷ୍ଟ କରିଛି ବୋଲି ସୁରଜ ପ୍ରଶ୍ନ କରିଛନ୍ତି । ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ଯୋଜନାରେ ୫୦ କୋଟିରୁ ଊଦ୍ଧର୍‌ବ ରୋଗୀଙ୍କୁ ୮୦ ହଜାର କୋଟି ଟଙ୍କାର ସହାୟତା ମିଳିଛି। ୯ ହଜାରରୁ ଅଧିକ ଜନଔଷଧୀ କେନ୍ଦ୍ରରେ ଗରିବ ଲୋକଙ୍କୁ ୨୦ ହଜାର କୋଟି ଟଙ୍କାର ଲାଭ ପାଇଛନ୍ତି। ଆୟୁଷ୍ମାନ ଭାରତ କ’ଣ ତାହା ଦେଶବାସୀ ଭଲ ଭାବେ ଜାଣିଛନ୍ତି। ୫ ବର୍ଷ ହେଲା ଓଡ଼ିଶାର ପ୍ରାୟ ୬୦ ଲକ୍ଷ ଗରିବ ପରିବାରକୁ ଆୟୁଷ୍ମାନ ଭାରତ ଯୋଜନାରୁ ବଞ୍ଚିତ ରଖାଯାଇଛି। ଗ୍ରାମୀଣ ଓଡ଼ିଶାର ପ୍ରାୟ ୩୩.୪୫ ପ୍ରତିଶତ ପରିବାର କାମ କରିବା ପାଇଁ ବାହାର ରାଜ୍ୟକୁ ଯାଆନ୍ତି। ଗଞ୍ଜାମ ସମେତ ଏହି ପ୍ରବାସୀ ଓଡ଼ିଆଙ୍କ ସଂଖ୍ୟା ୨୫ ଲକ୍ଷ ଟପିଲାଣି। ଆୟୁଷ୍ମାନ ଭାରତରେ ୨୬,୨୬୭ରୁ ଅଧିକ ଡାକ୍ତରଖାନା ଅଛି। ଓଡ଼ିଆ ଲୋକେ ଯଦି ନିଜ ଦେଶର ଯେକୌଣସି ରାଜ୍ୟ, ସହର ବା ଅଞ୍ଚଳରେ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚିତ ହେଲେ, ତେବେ ଏହା କି ପ୍ରକାରର ସାର୍ବଜନୀନ ସ୍ବାସ୍ଥ୍ୟସେବା। ବିଏସ୍‌କେୱାଇରେ ମିଛ ପ୍ରଚାର କରାଯାଉଛି ବୋଲି ସୁରଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri