ବିଏସ୍‌କଓ୍ବୋଇରେ ମିଛ ପ୍ରଚାର କରାଯାଉଛି: ସୁରଜ

ଭୁବନେଶ୍ବର,୩ା୨(ବ୍ୟୁରୋ):କେନ୍ଦ୍ର ବଜେଟରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ କମିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ତଥ୍ୟ ସମ୍ପୂର୍ଣ୍ଣ ଭୁଲ୍‌ ଓ ନିରାଧାର ବୋଲି ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୁରଜ କହିଛନ୍ତି, ରାଜ୍ୟ ଭାଜପା ନେତୃବୃନ୍ଦଙ୍କ ପ୍ରତି ବୁଧବାର ମୁଖ୍ୟମନ୍ତ୍ରୀ ପ୍ରୟୋଗ କରିଥିବା ଶବ୍ଦ ଅଶୋଭନୀୟ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓଡ଼ିଶା ଗସ୍ତ ସମୟରେ କହିଥିଲେ, ଓଡ଼ିଶା ଶାସନକୁ କିଏ ଚଲାଉଛି ଏବଂ ତା’ର ଶାସନ ଦାୟିତ୍ୱ କାହା ହାତରେ ନ୍ୟସ୍ତ ରହିଛି। ମୁଖ୍ୟମନ୍ତ୍ରୀ ବଜେଟକୁ ଭଲରେ ଜାଣି ଟୁଇଟ୍‌ କରିଛନ୍ତି ନା ତାଙ୍କ ଅଜାଣତରେ କିଏ ପୋଷ୍ଟ କରିଛି ବୋଲି ସୁରଜ ପ୍ରଶ୍ନ କରିଛନ୍ତି । ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ଯୋଜନାରେ ୫୦ କୋଟିରୁ ଊଦ୍ଧର୍‌ବ ରୋଗୀଙ୍କୁ ୮୦ ହଜାର କୋଟି ଟଙ୍କାର ସହାୟତା ମିଳିଛି। ୯ ହଜାରରୁ ଅଧିକ ଜନଔଷଧୀ କେନ୍ଦ୍ରରେ ଗରିବ ଲୋକଙ୍କୁ ୨୦ ହଜାର କୋଟି ଟଙ୍କାର ଲାଭ ପାଇଛନ୍ତି। ଆୟୁଷ୍ମାନ ଭାରତ କ’ଣ ତାହା ଦେଶବାସୀ ଭଲ ଭାବେ ଜାଣିଛନ୍ତି। ୫ ବର୍ଷ ହେଲା ଓଡ଼ିଶାର ପ୍ରାୟ ୬୦ ଲକ୍ଷ ଗରିବ ପରିବାରକୁ ଆୟୁଷ୍ମାନ ଭାରତ ଯୋଜନାରୁ ବଞ୍ଚିତ ରଖାଯାଇଛି। ଗ୍ରାମୀଣ ଓଡ଼ିଶାର ପ୍ରାୟ ୩୩.୪୫ ପ୍ରତିଶତ ପରିବାର କାମ କରିବା ପାଇଁ ବାହାର ରାଜ୍ୟକୁ ଯାଆନ୍ତି। ଗଞ୍ଜାମ ସମେତ ଏହି ପ୍ରବାସୀ ଓଡ଼ିଆଙ୍କ ସଂଖ୍ୟା ୨୫ ଲକ୍ଷ ଟପିଲାଣି। ଆୟୁଷ୍ମାନ ଭାରତରେ ୨୬,୨୬୭ରୁ ଅଧିକ ଡାକ୍ତରଖାନା ଅଛି। ଓଡ଼ିଆ ଲୋକେ ଯଦି ନିଜ ଦେଶର ଯେକୌଣସି ରାଜ୍ୟ, ସହର ବା ଅଞ୍ଚଳରେ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚିତ ହେଲେ, ତେବେ ଏହା କି ପ୍ରକାରର ସାର୍ବଜନୀନ ସ୍ବାସ୍ଥ୍ୟସେବା। ବିଏସ୍‌କେୱାଇରେ ମିଛ ପ୍ରଚାର କରାଯାଉଛି ବୋଲି ସୁରଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri