ଗାଧୋଇବାବେଳେ ପାଣିରେ ବୁଡ଼ି ଚାଲିଗଲା କିରାଣିଙ୍କ ଜୀବନ

ବାଲିଗୁଡ଼ା,୨୦ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଟିକାବାଲିସ୍ଥିତ ଭୋଇ ସାହିର ଶିବ ପ୍ରସାଦ ଭୋଇ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଶିବ ଟିକାବାଲି ବ୍ଲକ ଅଧିନସ୍ଥ ବୁର୍ବୀନାଜୁ ଗ୍ରାମ ପଞ୍ଚାୟତ ରିସୁ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟରେ କିରାଣି ଭାବରେ କାର୍ଯ୍ୟରତ ଥିଲେ।

ସୂଚନାନୁଯାୟୀ, ଶିବ ପ୍ରତ୍ୟେକ ଦିନ ପରି ଆଜି ମଧ୍ୟ ଭୋର୍‌ରୁ ଟିକାବାଲି ମାଷ୍ଟ୍ରପଡ଼ା ସାହି ପାଖରେ ଥିବା ରଙ୍ଗୁଆରେ ସ୍ନାନ କରିବା ବେଳେ ହଠାତ୍‌ ଗୋଡ଼ ଖସି ଯିବାରୁ ମୁହଁ ମାଡ଼ି ବୁଡ଼ି ଯାଇଥିବା ଅନୁମାନ କରାଯାଉଛି। ସକାଳୁ କିଛି ସ୍ଥାନୀୟ ଲୋକେ ଗାଧୋଇବା ପାଇଁ ଆସିଥିବା ବେଳେ କୌଣସି ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ଏହି ଖବର ଚାରିଆଡ଼େ ଚହଳ ପଡ଼ିବା ପରେ ଶିବଙ୍କ ପୁଅ ବାଦଲ ଆସି ଦେଖିବା ପରେ ବାପାଙ୍କୁ ଚିହ୍ନିଥିଲେ। ସ୍ଥାନୀୟ ଲୋକମାନେ ପ୍ରଥମେ ପୋଲିସ ଏବଂ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ କର୍ମଚାରୀ ଓ ଟିମ୍‌ ହ୍ୟୁମାନିଟି ସଦସ୍ୟ ହିରୋ ନାୟକ, ନୀଳମାଧବ ଗିଡିଙ୍କ ସାହାଯ୍ୟରେ ପ୍ରଥମେ ଟିକାବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆ ଯାଇଥିଲା। ସେଠାରେ ଡାକ୍ତର ଶିବଙ୍କୁ ମୃତ ଘୋଷଣା କରିଥିଲେ। ଟିକାବାଲି ଥାନା କେସ୍‌ ନଂ. ୨/୨୫ରେ ଏକ ମାମଲା ରୁଜୁ କରି ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ପୋଷ୍ଟମୋର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଏଏସ୍‌ଆଇ ରାଜେନ୍ଦ୍ର ପ୍ରଧାନ ପ୍ରକାଶ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…

ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri