ଗାଧୋଇବାବେଳେ ପାଣିରେ ବୁଡ଼ି ଚାଲିଗଲା କିରାଣିଙ୍କ ଜୀବନ

ବାଲିଗୁଡ଼ା,୨୦ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଟିକାବାଲିସ୍ଥିତ ଭୋଇ ସାହିର ଶିବ ପ୍ରସାଦ ଭୋଇ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଶିବ ଟିକାବାଲି ବ୍ଲକ ଅଧିନସ୍ଥ ବୁର୍ବୀନାଜୁ ଗ୍ରାମ ପଞ୍ଚାୟତ ରିସୁ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟରେ କିରାଣି ଭାବରେ କାର୍ଯ୍ୟରତ ଥିଲେ।

ସୂଚନାନୁଯାୟୀ, ଶିବ ପ୍ରତ୍ୟେକ ଦିନ ପରି ଆଜି ମଧ୍ୟ ଭୋର୍‌ରୁ ଟିକାବାଲି ମାଷ୍ଟ୍ରପଡ଼ା ସାହି ପାଖରେ ଥିବା ରଙ୍ଗୁଆରେ ସ୍ନାନ କରିବା ବେଳେ ହଠାତ୍‌ ଗୋଡ଼ ଖସି ଯିବାରୁ ମୁହଁ ମାଡ଼ି ବୁଡ଼ି ଯାଇଥିବା ଅନୁମାନ କରାଯାଉଛି। ସକାଳୁ କିଛି ସ୍ଥାନୀୟ ଲୋକେ ଗାଧୋଇବା ପାଇଁ ଆସିଥିବା ବେଳେ କୌଣସି ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ଏହି ଖବର ଚାରିଆଡ଼େ ଚହଳ ପଡ଼ିବା ପରେ ଶିବଙ୍କ ପୁଅ ବାଦଲ ଆସି ଦେଖିବା ପରେ ବାପାଙ୍କୁ ଚିହ୍ନିଥିଲେ। ସ୍ଥାନୀୟ ଲୋକମାନେ ପ୍ରଥମେ ପୋଲିସ ଏବଂ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ କର୍ମଚାରୀ ଓ ଟିମ୍‌ ହ୍ୟୁମାନିଟି ସଦସ୍ୟ ହିରୋ ନାୟକ, ନୀଳମାଧବ ଗିଡିଙ୍କ ସାହାଯ୍ୟରେ ପ୍ରଥମେ ଟିକାବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆ ଯାଇଥିଲା। ସେଠାରେ ଡାକ୍ତର ଶିବଙ୍କୁ ମୃତ ଘୋଷଣା କରିଥିଲେ। ଟିକାବାଲି ଥାନା କେସ୍‌ ନଂ. ୨/୨୫ରେ ଏକ ମାମଲା ରୁଜୁ କରି ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ପୋଷ୍ଟମୋର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଏଏସ୍‌ଆଇ ରାଜେନ୍ଦ୍ର ପ୍ରଧାନ ପ୍ରକାଶ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ଲକ୍ଷ ଲକ୍ଷ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ, ୬।୬: ଗୋଟିଏ ପଟେ କେନ୍ଦ୍ରୀୟ କର୍ମଚାରୀମାନେ ଦୀର୍ଘ ଦିନ ହେବ ଅଷ୍ଟମ ବେତନ କମିଶନ (8th Pay Commission) ଅଧୀନରେ ମହଙ୍ଗା ଭତ୍ତା (DA) ଏବଂ…

ଆଜିଠାରୁ ‘ମୃତ୍ୟୁ ପଞ୍ଚକ’ ଆରମ୍ଭ: ସ୍ବପ୍ନରେ ଏହି ୭ଟି ଜିନିଷ ଦେଖିଲେ ହୋଇଯାଆନ୍ତୁ ସାବଧାନ, ଘଟିପାରେ ବଡ଼ ଅଘଟଣ!

ସନାତନ ଧର୍ମରେ ମୃତ୍ୟୁ ପଞ୍ଚକର ଏକ ବିଶେଷ ମହତ୍ତ୍ୱ ରହିଛି, ଯାହାକୁ କ୍ଷତିକାରକ ଓ କଷ୍ଟଦାୟକ ବୋଲି ମାନିଥାନ୍ତି। ଯେତେବେଳେ ବି ପଞ୍ଚକ ଶନିବାର ଦିନରୁ ଆରମ୍ଭ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ଟଳିପଡିଲେ ସମ୍ବାରୁ, ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ

ଦେବଗଡ,୬।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ତିଲେଇବଣି ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ବଡଛାପଲ ଗ୍ରାମର ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଏହା ଅଂଶୁଘାତ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri