ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି ।
ଘଟଣା କ୍ରମେ ଶନିବାର ସନ୍ଧ୍ୟାରେ ବରସୁଆଁ ନିକଟସ୍ଥ ଗ୍ରାମର ସରଫିନା ମିଞ୍ଜ (୪୬) ବର୍ଷ ଓ ତାଙ୍କ ସାମୀ ଜୁଲୁ ମିଞ୍ଜ (୪୫) ବର୍ଷଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା ।ଏଥିରେ ଉତ୍ତ୍ୟକ୍ତ ହୋଇ ଜୁଲୁ ନିଜ ସ୍ତ୍ରୀକୁ ଏକ କାଠ ଫାଳିଆରେ ପ୍ରବଳ ମାଡ ମାରିବାରୁ ସ୍ତ୍ରୀ ସରଫିନା ଗୁରୁତର ହୋଇଥିଲେ । ପରେ ପରିବାର ଲୋକେ ଓ ପାଖ ପଡ଼ୋଶୀ ସରଫିନାଙ୍କୁ ଲହୁଣିପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ହେଁ ବିଳମ୍ବିତ ରାତିରେ ତାଙ୍କର ମତ୍ୟୁ ଘଟିଥିଲା । ଏ ସମ୍ପର୍କରେ ଖବରପାଇ ଲହୁଣିପଡ଼ା ପୋଲିସ ତଦନ୍ତ ପରେ ଏହି ଘଟଣା ସମ୍ପର୍କରେ ଜାଣିପାରି ଥାନାରେ ଏକ ହତ୍ୟା ମାମାଲା ନମ୍ବର ୧୦୩/୨୬ ରୁଜ୍ଜୁ କରି ପୋଲିସ ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତ ଜାରି ରଖିଛି। ଅଭିଯୁକ୍ତ ପତ୍ନୀହନ୍ତା ଜୁଲୁକୁ ଅଟକ ରଖି ଅଧିକ ପଚରା ଉଚରା ଚଳାଇଥିବା ବେଳେ ରବିବାର କୋର୍ଟଚାଲାଣ କରିବ ବୋଲି ସୂଚନା ଦେଇଛିି। ଅପରପକ୍ଷରେ ମୃତା ମହିଳାଙ୍କ ତିନୋଟି ସନ୍ତାନ ଥିବା ଓ ତାଙ୍କ ବୟସ ଯଥାକ୍ରମେ ୨୩/୧୯ /୧୨ ବର୍ଷ ଥିବା ଜଣାପଡ଼ିଛି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri