ବାପ ଅଜା ଅମଳରୁ ଅନ୍ଧାରରେ ବିତୁଛି ଜୀବନ

ମହାକାଳପଡ଼ା,୧୩ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତର ପନ୍ଦରମାଇଲି ଆଦିବାସୀପଡ଼ାରେ ୧୦ରୁ ଊର୍ଦ୍ଧ୍ୱ ପରିବାରଙ୍କୁ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ସେବା ମିଳିପାରିନାହିଁ। ବାପ ଅଜା ଅମଳରୁ ସେମାନେ ଅନ୍ଧାରରେ ଦିନ କାଟୁଛନ୍ତି। ସ୍ବାଧୀନତାର ଏତେବର୍ଷ ବିିତିଯାଇଥିଲେ ମଧ୍ୟ ବିଦ୍ୟୁତ୍‌ ସେବା ଭଳି ମୌଳିକ ସେବାରୁ ବଞ୍ଚତ୍ତ ଥିବାରୁ ସେମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ଏନେଇ ସେମାନେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା କହିଛନ୍ତି। ବିଦ୍ୟୁତ୍‌ ନ ଥିବା ଯୋଗୁ ଗ୍ରାମର ବହୁ ମେଧାବୀ ଛାତ୍ରୀଛାତ୍ର ଡିବିରି ଆଲୁଅରେ ପାଠ ପଢ଼ିବାକୁ ବାଧ୍ୟ ହେଉଛନ୍ତି। ଏହି ଗ୍ରାମର ଛାତ୍ରୀ ଜୟନ୍ତୀ ସୋରେନ୍‌, ରଶ୍ମିତା ସୋରେନ୍‌, ଗୁରୁଚରଣ ସୋରେନ୍‌ ଏବଂ ଅଞ୍ଜଳି ସୋରେନ୍‌ଙ୍କ କହିବାନୁସାରେ,ବିଦ୍ୟୁତ୍‌ ନ ଥିବାରୁ ଆମର ପାଠପଢ଼ା ବାଧାପାପ୍ତ ହେଉଛି। ଡିବିରି ଆଲୁଅରେ ଆଖି ଉପରେ ପ୍ରଭାବ ପଡ଼ୁଥିବାରୁ ସବୁବେଳେ ପାଠପଢ଼ିବା ସମ୍ଭବ ହେଉନାହିଁ। ସେହିପରି ବିଦ୍ୟୁତ୍‌ ସେବା ମିଳୁ ନ ଥିବାରୁ ଲୋକେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି ବୋଲି ଗ୍ରାମର ରତ୍ନାକର ସୋରେନ୍‌, ଲଗେନ ସୋରେନ, ସୁର ସୋରେନ୍‌ ଓ ସିଂରାଇ ସୋରେନ ପ୍ରମୁଖ କହିଛନ୍ତି। ଘରେ ବିଦ୍ୟୁତ୍‌ ନ ଥିବାରୁ ଲାଇଟ୍‌ ଓ ଫ୍ୟାନ ଆଦି ନ ଥିବା ବେଳେ ରାସ୍ତାରେ ବିଦ୍ୟୁତ୍‌ ନ ଥିବାରୁ ଯାତାୟାତରେ ସମସ୍ୟା ହେଉଛି। ବର୍ଷା ଦିନେ ଏଠାରେ ପାଣି ଜମୁଥିବାରୁ ଘରେ ସରୀସୃପ ପଶିବାର ଆଶଙ୍କା ରହିଛି ବୋଲି ସେମାନେ କହିଛନ୍ତି। ଏନେଇ ସରକାର ତୁରନ୍ତ ପଦକ୍ଷେପ ନେବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଇଛି।
ଏ ସମ୍ପର୍କରେ ମାର୍ଶାଘାଇ ବିଦ୍ୟୁତ୍‌ ଡିଭିଜନ୍‌ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ଦାଶ କୁହନ୍ତି, ବିଦ୍ୟୁତ୍‌ ସେବା ଯୋଗାଇ ଦେବା ନିମନ୍ତେ ଏବେ କୌଣସି ସରକାରୀ ଯୋଜନା ଚାଲୁନାହିଁ। ଯୋଜନା ଆସିଲେ ଏସବୁ ପରିବାରକୁ ସେଥିରେ ସାମିଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri