ବାପ ଅଜା ଅମଳରୁ ଅନ୍ଧାରରେ ବିତୁଛି ଜୀବନ

ମହାକାଳପଡ଼ା,୧୩ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତର ପନ୍ଦରମାଇଲି ଆଦିବାସୀପଡ଼ାରେ ୧୦ରୁ ଊର୍ଦ୍ଧ୍ୱ ପରିବାରଙ୍କୁ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ସେବା ମିଳିପାରିନାହିଁ। ବାପ ଅଜା ଅମଳରୁ ସେମାନେ ଅନ୍ଧାରରେ ଦିନ କାଟୁଛନ୍ତି। ସ୍ବାଧୀନତାର ଏତେବର୍ଷ ବିିତିଯାଇଥିଲେ ମଧ୍ୟ ବିଦ୍ୟୁତ୍‌ ସେବା ଭଳି ମୌଳିକ ସେବାରୁ ବଞ୍ଚତ୍ତ ଥିବାରୁ ସେମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ଏନେଇ ସେମାନେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା କହିଛନ୍ତି। ବିଦ୍ୟୁତ୍‌ ନ ଥିବା ଯୋଗୁ ଗ୍ରାମର ବହୁ ମେଧାବୀ ଛାତ୍ରୀଛାତ୍ର ଡିବିରି ଆଲୁଅରେ ପାଠ ପଢ଼ିବାକୁ ବାଧ୍ୟ ହେଉଛନ୍ତି। ଏହି ଗ୍ରାମର ଛାତ୍ରୀ ଜୟନ୍ତୀ ସୋରେନ୍‌, ରଶ୍ମିତା ସୋରେନ୍‌, ଗୁରୁଚରଣ ସୋରେନ୍‌ ଏବଂ ଅଞ୍ଜଳି ସୋରେନ୍‌ଙ୍କ କହିବାନୁସାରେ,ବିଦ୍ୟୁତ୍‌ ନ ଥିବାରୁ ଆମର ପାଠପଢ଼ା ବାଧାପାପ୍ତ ହେଉଛି। ଡିବିରି ଆଲୁଅରେ ଆଖି ଉପରେ ପ୍ରଭାବ ପଡ଼ୁଥିବାରୁ ସବୁବେଳେ ପାଠପଢ଼ିବା ସମ୍ଭବ ହେଉନାହିଁ। ସେହିପରି ବିଦ୍ୟୁତ୍‌ ସେବା ମିଳୁ ନ ଥିବାରୁ ଲୋକେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି ବୋଲି ଗ୍ରାମର ରତ୍ନାକର ସୋରେନ୍‌, ଲଗେନ ସୋରେନ, ସୁର ସୋରେନ୍‌ ଓ ସିଂରାଇ ସୋରେନ ପ୍ରମୁଖ କହିଛନ୍ତି। ଘରେ ବିଦ୍ୟୁତ୍‌ ନ ଥିବାରୁ ଲାଇଟ୍‌ ଓ ଫ୍ୟାନ ଆଦି ନ ଥିବା ବେଳେ ରାସ୍ତାରେ ବିଦ୍ୟୁତ୍‌ ନ ଥିବାରୁ ଯାତାୟାତରେ ସମସ୍ୟା ହେଉଛି। ବର୍ଷା ଦିନେ ଏଠାରେ ପାଣି ଜମୁଥିବାରୁ ଘରେ ସରୀସୃପ ପଶିବାର ଆଶଙ୍କା ରହିଛି ବୋଲି ସେମାନେ କହିଛନ୍ତି। ଏନେଇ ସରକାର ତୁରନ୍ତ ପଦକ୍ଷେପ ନେବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଇଛି।
ଏ ସମ୍ପର୍କରେ ମାର୍ଶାଘାଇ ବିଦ୍ୟୁତ୍‌ ଡିଭିଜନ୍‌ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ଦାଶ କୁହନ୍ତି, ବିଦ୍ୟୁତ୍‌ ସେବା ଯୋଗାଇ ଦେବା ନିମନ୍ତେ ଏବେ କୌଣସି ସରକାରୀ ଯୋଜନା ଚାଲୁନାହିଁ। ଯୋଜନା ଆସିଲେ ଏସବୁ ପରିବାରକୁ ସେଥିରେ ସାମିଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri