୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ (୧) କୋର୍ଟରେ ମଙ୍ଗଳବାର ଏକ ନରହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ ସତ୍ୟନାରାୟଣ ପାତ୍ର ଏହାର ବିଚାର କରି ୩ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ ପୂର୍ବକ ଆଜୀବନ ସଶ୍ରମ କାରାଦଣ୍ଡାଦେଶ ଶୁଣାଣି କରିଛନ୍ତି। ଏହା ସହିତ ପ୍ରତ୍ୟେକେ ୫୦ ହଜାର ଟଙ୍କା ଜରିମାନା ଅନାଦେୟ ଅଧିକ ୬ମାସର ଅତିରିକ୍ତ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତମାନେ ହେଲେ ମୋରଡା ଥାନା ଅଧିନ ମହୁଲବଣି ଗ୍ରାମର ଶୋଭାକର ମହାନ୍ତ (୫୩), ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର ଯତୀନ୍ଦ୍ର ନାଥ ମହାନ୍ତ(୪୫) ଓ କମଳ ଲୋଚନ ମହାନ୍ତ(୪୩)।
ଘଟଣାରୁ ପ୍ରକାଶ ଯେ, ଗତ ୧୦ ଜୁନ ୨୦୨୧ ସନ୍ଧ୍ୟା ୬ଟା ପରେ କମଳ ଲୋଚନ ଓ ଯତୀନ୍ଦ୍ର ଏକ ମୋଟର ସାଇକେଲ ଯୋଗେ ଟାଙ୍ଗିଆ ଏବଂ ଠେଙ୍ଗା ଧରି ମହୁଲବଣି ଗ୍ରାମରେ ପହଞ୍ଚିବାର କିଛି ସମୟ ପରେ ଶୋଭାକର ଏକ ଠେଙ୍ଗା ଧରି ସାଇକେଲ ଯୋଗେ ପହଞ୍ଚି ଜମିବାଡି ସଂକ୍ରାନ୍ତରେ ରଘୁନାଥ ମହାନ୍ତଙ୍କ ସହ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା। ଉତ୍ତ୍ୟକ୍ତ ହୋଇ ଅଭିଯୁକ୍ତମାନେ ରଘୁନାଥକୁ ଠେଲି ତଳେ ପକାଉବା ଦେଖି ରଘୁନାଥର ନାତି ହରେକୃଷ୍ଣ ପହଞ୍ଚି ଏହାର ସମାଧାନ ପାଇଁ ଗ୍ରାମସଭା ମାଧ୍ୟମରେ କରିବାକୁ କହିଥିଲା । ମାତ୍ର ଅଭିଯୁକ୍ତମାନେ କିଛି ନ ଶୁଣି କମଳ ଲୋଚନ ଟାଙ୍ଗିଆରେ ହରେକୃଷ୍ଣଙ୍କ ବେକକୁ ପ୍ରହାର କରିଥିଲା । ଏହା ପରେ ଅଭିଯୁକ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ପରିବାର ଲୋକେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଥିଲା। ଏହାକୁ ନେଇ ମଣ୍ଟୁ ମହାନ୍ତଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ନର ହତ୍ୟା ମାମଲା (କେସ ନଂ ୧୨୭/୨୧)ରେ ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବାରିପଦା ପିଆରଏମ ମେଡିକାଲକୁ ପଠାଇଥିଲା। ସାଇଣ୍ଟିଫିକ ଟିମ ପହଞ୍ଚି ନମୁନା ସଂଗ୍ରହ ପୂର୍ବକ ପୋଲିସ ତଦନ୍ତ ଆରମ୍ଭ କରି ଅଭିଯୁକ୍ତମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ୧୭ ସାକ୍ଷୀଙ୍କ ବୟାନ ଓ ତଦନ୍ତ ରିପୋର୍ଟକୁ ଭିତ୍ତିକରି ଜଜ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ଉକ୍ତ ମାମଲାକୁ ସରକାରୀ ଆଇନଜୀବୀ କୃଷ୍ଣଚନ୍ଦ୍ର ଦାସ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri