୮ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ବ୍ରହ୍ମପୁର, ୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ -୩ ଡ. ଇନ୍ଦୁ ଶର୍ମା ମଙ୍ଗଳବାର ଏକ ହତ୍ୟା ମାମଲାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। ସମସ୍ତ ସାକ୍ଷ୍ୟ ଏବଂ ପ୍ରମାଣକୁ ଭିତ୍ତିକରି ସେ ହତ୍ୟା ମାମଲାରେ ସମ୍ପୃକ୍ତ ହତ୍ୟାକାରୀ ଆର୍‌. ହରି ପାତ୍ରଙ୍କ ସମେତ ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ପ୍ରତ୍ୟେକ ଅଭିଯୁକ୍ତଙ୍କୁ ୧୫ହଜାର ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଘଟଣାରୁ ପ୍ରକାଶ ଯେ, ୨୦୧୭ ସେପ୍ଟେମ୍ବର ୧୭ତାରିଖ ରାତିରେ ୮ ଜଣ ବ୍ୟକ୍ତି ଖଣ୍ଡା ଓ ଠେଙ୍ଗା ଧରି ଆମ୍ବଗଡ ଗ୍ରାମର ଏମ୍‌. ବୁଡୁପାତ୍ରଙ୍କ ଘରେ ପଶି ତାଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ମୃତକଙ୍କ ଭାଇ ଏମ୍‌. ଲଡୁ ପାତ୍ର ସଦର ଥାନାରେ ଅଭିଯୋଗ କରିଥିଲେ।

ପୋଲିସ ଏସଂକ୍ରାନ୍ତରେ ଏକ ହତ୍ୟା ମାମଲା(ନଂ.୧୯୪/୧୭) ରୁଜୁ କରିଥିଲା। ପୂର୍ବଶତ୍ରୁତାରୁ ବୁଡୁ ପାତ୍ରଙ୍କୁ ହତ୍ୟା କରାଯାଇଥିଲା ବୋଲି ପୋଲିସ ତଦନ୍ତ ବେଳେ ଜାଣିବାକୁ ପାଇଥିଲା। ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ଆର୍‌. ହରିପାତ୍ର, ଆର୍‌. ଲୋକନାଥ, ଏମ୍‌.ଦଣ୍ଡ ପାତ୍ର, ଏମ୍‌. ବଇରି ପାତ୍ର , ଏମ୍‌. ଭୀମ ପାତ୍ର, ଏମ୍‌. ସୋମେଶ ପାତ୍ର, ବି. ନଈରି ପାତ୍ର ଓ ଆର୍‌. ଭାସ୍କର ପାତ୍ରଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା।

ତତ୍କାଳୀନ ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ ଶିବଶଙ୍କର ମହାପାତ୍ର କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ପରେ ଅଭିଯୁକ୍ତଙ୍କୁ ଜାମିନ ମିଳିଥିଲା। ଉକ୍ତ ମାମଲାର ବିଚାର ବେଳେ ୧୯ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ମଙ୍ଗଳବାର ସମସ୍ତ ୮ ଅଭିଯୁକ୍ତ କୋର୍ଟରେ ହାଜର ହୋଇଥିଲେ। ସାକ୍ଷୀଙ୍କ ବୟାନ ଓ ପୋଲିସ ପକ୍ଷରୁ ଦାଖଲ ହୋଇଥିବା ଚାର୍ଜଶିଟକୁ ଆଧାର କରି ଜଜ୍‌ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri