Posted inଜାତୀୟ

ବିଧାୟକ ରାଜୁ ପାଲ ହତ୍ୟାକାଣ୍ଡର ସମସ୍ତ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ପ୍ରୟାଗରାଜ,୨୯।୩: ସିବିଆଇ କୋର୍ଟ ଶୁକ୍ରବାର ବହୁଜନ ସମାଜ ପାର୍ଟିର ବିଧାୟକ ରାଜୁ ପାଲଙ୍କ ହତ୍ୟା ମାମଲାରେ ସମସ୍ତ ୭ଜଣ ଅଭିଯୁକ୍ତଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି। ଏହି ମାମଲାରେ ସମୁଦାୟ ୯ଜଣ ଅଭିଯୁକ୍ତ ଥିଲେ ମଧ୍ୟ ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କୁ ହତ୍ୟା କରାଯାଇଛି। ଜାନୁଆରୀ ୨୫, ୨୦୦୫ରେ ତତ୍କାଳୀନ ବିଏସପି ବିଧାୟକ ରାଜୁ ପାଲଙ୍କୁ ହତ୍ୟା କରାଯାଇଥିଲା। ଅଟିକ ଅହମ୍ମଦ ଏବଂ ତାଙ୍କ ଭାଇଙ୍କ ସମେତ ୯ଜଣଙ୍କ ବିରୋଧରେ ଏହି ଅଭିଯୋଗ କରାଯାଇଥିଲା। ବଞ୍ଚିଥିବା ସମସ୍ତ ଅଭିଯୁକ୍ତ ଆବିଦ, ଫରହାନ, ଜାଭେଦ, ଅବଦୁଲ କଭି, ଗୁଲ ହସନ, ଇସରାର ଏବଂ ରଞ୍ଜିତ ପାଲଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି।
ବେଆଇନ ଅସ୍ତ୍ରଶସ୍ତ୍ର ଜବତ ମାମଲାରେ ସିବିଆଇ ସ୍ବତନ୍ତ୍ର କୋର୍ଟ ଫରହାନଙ୍କୁ ୪ବର୍ଷ ଜେଲ ଏବଂ ୨୦,୦୦୦ ଟଙ୍କା ଜରିମାନା କରିଛନ୍ତି। ଇସରାର ଅହମ୍ମଦ, ରଞ୍ଜିତ ପାଲ, ଜାଭେଦ, ଗୁଲଶନ ଏବଂ ଅବଦୁଲ କବି ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିଲେ। ହତ୍ୟା ମାମଲାରେ ଅଭିଯୁକ୍ତ ୬ଜଣଙ୍କୁ ମଧ୍ୟ ପ୍ରତ୍ୟେକଙ୍କୁ ୫୦,୦୦୦ଟଙ୍କା ଜରିମାନା ଲାଗୁ କରାଯାଇଥିଲା। ନିକଟରେ ତତ୍କାଳୀନ ବିଏସପି ବିଧାୟକ ରାଜୁ ପାଲ ହତ୍ୟା ମାମଲାର ପ୍ରତ୍ୟକ୍ଷଦର୍ଶୀ ଉମେଶ ପାଲଙ୍କୁ ବୋମା ଓ ଗୁଳି ଫୁଟାଇ ଦୁଷ୍କର୍ମକାରୀଙ୍କ ଦ୍ୱାରା ହତ୍ୟା କରାଯାଇଥିଲା। ଏହି ଘଟଣାରେ ଉମେଶ ପାଲଙ୍କ ସୁରକ୍ଷା ପାଇଁ ନିୟୋଜିତ ଗନର୍‌ ସନ୍ଦୀପ ନିଶାଦଙ୍କୁ ମଧ୍ୟ ହତ୍ୟା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri