ଟଙ୍କରାମ ହତ୍ୟା ମାମଲା: ୨ ପୁଅଙ୍କ ସହ ବାପାଙ୍କୁ ଆଜୀବନ କାରାଦଣ୍ଡ

ଲୋଇସିଂହା,୨୩ା୮(ସୁଶାନ୍ତ ବାରିକ): ବଲାଙ୍ଗୀର ସଦର ଥାନା ତଥା ଲୋଇସିଂହା ବ୍ଲକ କୁଶଙ୍ଗ ପଞ୍ଚାୟତ ବଞ୍ଜାରି ଗ୍ରାମର ଟଙ୍କରାମ ପାଣ୍ଡେ ହତ୍ୟା ମାମଲାର ବଲାଙ୍ଗୀର ସେସନ କୋର୍ଟ ବିଚାର ପତି ଡ. ପବିତ୍ରମୋହନ ସାମଲ ଗୁରୁବାର ଶୁଣାଣି କରି ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଦଣ୍ଡିତ ଅଭିଯୁକ୍ତମାନେ ହେଲେ ୩ ବାପପୁଅ। ସେମାନେ ହେଲେ ମାୟାଧର ପୋଢ଼, ଦୁଇପୁଅ ସୁରୁ ଏବଂ ସାଗର। ଏହାବ୍ୟତୀତ ଅଭିଯୁକ୍ତମାନଙ୍କୁ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ହୋଇଛି। ଜରିମାନା ଅନାଦେୟ ହେଲେ ଅତିରିକ୍ତ ଗୋଟିଏ ବର୍ଷ ସଜା କାଟିବାକୁ କୁହାଯାଇଛି। ଅପରପକ୍ଷେ ଏହି ମାମଲା ସାକ୍ଷୀ ଓ ପ୍ରମାଣ ଅଭାବରୁ ଶୁକବତୀ ପୋଢ଼ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
ମାମଲାରୁ ପ୍ରକାଶ ଯେ,୧୦ ମାର୍ଚ୍ଚ ୨୦୧୮ରେ ଉପରୋକ୍ତ ଅଭିଯୁକ୍ତମାନେ ରାତି ୯ଟା ବେଳେ ଲାଠି ଓ ପଥରରେ ଟଙ୍କରାମଙ୍କୁ ତାଙ୍କ ଘର ଆଗରେ ଅତି ନିର୍ମମ ଭାବେ ଆକ୍ରମଣ କରିଥିଲେ। ଏଥିରେ ଟଙ୍କରାମ ଗୁରୁତର ହୋଇପଡ଼ିବାରୁ ପରିବାର ଲୋକେ ଉଦ୍ଧାର କରି ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ପରେ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ମାର୍ଚ୍ଚ ୧୧ରେ ବୁର୍ଲାରେ ଚିକିତ୍ସାଧୀନ ଥିବାବେଳେ ତାଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଟଙ୍କରାମଙ୍କ ପୁଅ କରୁଣାକର ପାଣ୍ଡେ ମାଗୁର ବେଡ଼ା ଫାଣ୍ଡିରେ ଲିଖିତ ଅଭିଯୋଗ କରିଥିଲେ। ଏସ୍‌ଆଇ କମଳଲୋଚନ ମାଝି ଏହି ମାମଲାର ତଦନ୍ତ କରି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିଲେ। ସରକାରୀ ଓକିଲ ସୁବାସ ଚନ୍ଦ୍ର ମହନ୍ତ ଏହି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri