ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ମାଥିଲି,୪।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଦୌରାଜଜ୍‌ ଅଜନ୍ତା ଷଡ଼ଙ୍ଗୀ ଜଣେ ମହିଳାଙ୍କୁ ପଥରରେ ଛେଚି ହତ୍ୟା ମାମଲାର ଶୁଣାଣି କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟେ ଅଧିକ ୧ବର୍ଷ ଜେଲ୍‌ଦଣ୍ଡ ଭୋଗିବାକୁ ବିଚାରପତି ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ମାଥିଲି ବ୍ଲକ ଅନ୍ତର୍ଗତ ଚେଡେଙ୍ଗା ପଞ୍ଚାୟତ ତେଲକବେଚା ଗାଁର ନରସିଂହ ପୂଜାରୀ।
ପ୍ରକାଶ ଯେ,୨୦୧୭ ଜୁନ ୨୧ ତାରିଖରେ ତେଲକବେଚା ଗାଁର ନରସିଂହ ଓ ତାଙ୍କ ସ୍ତ୍ରୀ କୁସୁମା ପୂଜାରୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ ପାଟିତୁଣ୍ଡ ହୋଇଥିଲା। ସେହିଦିନ ରାତି ପ୍ରାୟ ୯ଟାରେ କୁସୁମାଙ୍କ ଭାଇ ମାଥିଲି ଥାନା ଅନ୍ତର୍ଗତ ସାରଦାପୁଟ ଗ୍ରାମର ଗଙ୍ଗାଧର ପୂଜାରୀଙ୍କ ନିକଟକୁ ଭଉଣୀଙ୍କୁ ମାରି ଦିଆଯାଇଥିବା ସମ୍ପର୍କରେ ଖବର ଆସିିଥିଲା। ତେଲକବେଚା ଓ ପ୍ରଧାନୀଗୁଡା ଜଙ୍ଗଲ ମଧ୍ୟରେ କୁସୁମାଙ୍କ ମୁଣ୍ଡରେ ପଥର ଛେଚି ତାଙ୍କ ସ୍ବାମୀ ହତ୍ୟା କରିଥିବା ନେଇ ତେଲକବେଚା ଗାଁର ୨ଜଣଙ୍କ ଠାରୁ ଶୁଣି ଗଙ୍ଗାଧର ପରଦିନ ଘଟଣାସ୍ଥଳକୁ ଯିବାରେ ମୃତଦେହ ପଡ଼ିଥିବା ଦେଖିଥିଲେ। ଏ ନେଇ ସେ ମାଥିଲି ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ସ୍ବାମୀ ନରସିଂହଙ୍କୁ ଗିରଫ କରିଥିଲା। ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ସେବେଠୁ ଏହି ମାମଲା ଜିଲା ଦୌରାଜଜ୍‌ଙ୍କ ଅଦାଲତରେ ବିଚାରଧୀନ ଥିଲା। ୨୮ଜଣଙ୍କ ସାକ୍ଷ୍ୟ ପ୍ରମାଣ ଓ କୋର୍ଟରେ ପୋଲିସ ଦାଖଲ କରିଥିବା ଚାର୍ଜଶିଟକୁ ଆଧାର କରି ବିଚାରପତି ଦଣ୍ଡାଦେଶ ଶୁଣାଇଛନ୍ତି। ଏହି ମାମଲାକୁ ସରକାରୀ ଓକିଲ ମହେନ୍ଦ୍ର କୁମାର ନାଗ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …

ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ…

ଗ୍ରହଙ୍କ ବଡ଼ ସଂଯୋଗ: ଏହି ୫ ରାଶିଙ୍କୁ ମିଳିବ ଧନଠାରୁ କ୍ୟାରିୟର ପର୍ଯ୍ୟନ୍ତ ଲାଭ

୨୮ ଅଗଷ୍ଟ ୨୦୨୬ ଦିନଟି ପଞ୍ଜିକା ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷର ପୂର୍ଣ୍ଣିମା ତିଥି…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri