ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ଭଞ୍ଜନଗର,୨୭।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାଲୁଆପଲ୍ଲୀରେ ୨୦୧୫ରେ ଘଟିଥିବା ସୁନୀତା ନାଇକ (ବିଶୋଇ) ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଭଞ୍ଜନଗର ଏଡିଜେ ଦେବଦତ୍ତ ପଟ୍ଟନାୟକ ୧୮ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଅଭିଯୁକ୍ତ ସ୍ବାମୀ ଗନ୍ଧିଆ ନାଇକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ଏକ ବର୍ଷ କାରାଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି।
ସୋରଡା ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମର ନିରଞ୍ଜନ ବିଶୋଇଙ୍କ ଝିଅ ସୁନିତା ୨୦୧୩ରେ ଭଞ୍ଜନଗର ଥାନା ଅନ୍ତର୍ଗତ ସାଲୁଆପଲ୍ଲୀର ଗନ୍ଧିଆଙ୍କୁ ବିବାହ କରିଥିଲେ। ବିବାହ ପରେ ଦମ୍ପତି କିଛି ମାସ ଭଲରେ ଚଳିଥିଲେ। ସେମାନଙ୍କର ଏକ ଝିଅ ଜନ୍ମ ହୋଇଥିଲା। ପରେ କୌଣସି କାରଣରୁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ବାପଘରୁ ପୁଣି ଯୌତୁକ ବାବଦକୁ କିଛି ଟଙ୍କା ଆଣିବା ପାଇଁ ସୁନିତାଙ୍କୁ ଗନ୍ଧିଆ କହିଥିଲେ। ସ୍ବାମୀଙ୍କ କହିବା ମୁତାବକ ସୁନିତା ବାପଘରୁ ଆଉ ୧୦ ହଜାର ଟଙ୍କା ଆଣିଥିଲେ ମଧ୍ୟ ଗନ୍ଧିଆ ସନ୍ତୁଷ୍ଟ ନ ଥିଲେ। ଟଙ୍କା ପାଇବାର ୧୦ ଦିନ ପରେ ୨୦୧୫ ଅଗଷ୍ଟ ୨୫ ରାତିରେ ଗନ୍ଧିଆ ଛୁରୀ ଭୁଶି ସୁନିତାଙ୍କୁ ହତ୍ୟା କରିଥିଲେ। ଏନେଇ ସେ ସମୟରେ ସୁନୀତାଙ୍କ ବାପା ନିରଞ୍ଜନଙ୍କ ଏତଲାକୁ ଭିତ୍ତିକରି ପୋଲିସ ଏକ ହତ୍ୟା ମାମଲା ରୁଜୁ କରିବା ସହ ଅଭିଯୁକ୍ତ ଗନ୍ଧିଆଙ୍କୁ ଗିରଫ କରିଥିଲା। ଗନ୍ଧିଆ ଘଟଣା ପରଠୁ ବିଚାରାଧୀନ ବନ୍ଦୀ ଭାବେ ରହିଛନ୍ତି। ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଏମ. ତାଜ ଆଦେନୀ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri