ସାଙ୍ଗ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୨୪ା୨(ସୁବାସ ଚନ୍ଦ୍ର ପାଢ଼ୀ): ବନ୍ଧା ରଖିଥିବା ମୋବାଇଲ ଫୋନ୍‌ ନ ଫେରାଇବାରୁ ଛୁରି ଭୁସି ସାଙ୍ଗଙ୍କୁ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ବ୍ର୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୫ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୧୮ମାସ କାରାଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି।
ଦୋଷୀ ଜଣଙ୍କ ହେଲେ ଆସିକା ବ୍ରଜରାଜନଗରର ପିଣ୍ଟୁ ସାହୁ (୨୮)। ଘଟଣା ବେଳେ ସେ ବଡ଼ବଜାର ଥାନା ଅନ୍ତର୍ଗତ ଗଣପତି ନଗର ତୃତୀୟ ଲାଇନ୍‌ରେ ରହୁଥିଲେ।

ମାମଲାର ବିବରଣୀରୁ ପ୍ରକାଶ ଯେ, ପିଣ୍ଟୁ ଓ ପାଣିଗ୍ରାହୀପେଣ୍ଠର ପପୁନ ସାହୁ ୨ ସାଙ୍ଗ ଥିଲେ। ୨୦୨୧ରେ ପିଣ୍ଟୁ ନିଜ ମୋବାଇଲ ଫୋନ୍‌ ବନ୍ଧା ରଖି ପପୁନଙ୍କଠାରୁ ୫ହଜାର ଟଙ୍କା ଧାର ନେଇଥିଲେ। କିଛିମାସ ପରେ ମୋବାଇଲ ଫୋନ୍‌ଟି ଫେରାଇ ଦେବାକୁ ପପୁନଙ୍କୁ ପିଣ୍ଟୁ କହିଥିଲେ। ଟଙ୍କା ନ ଦେଲେ ଫୋନ୍‌ ଫେରାଇବି ନାହିଁ ବୋଲି ପପୁନ କହିବାରୁ ପିଣ୍ଟୁ ରାଗି ଯାଇଥିଲେ। ସେହିବର୍ଷ ମେ ୧୭ ତାରିଖରେ ପପୁନ ୨ ଜଣ ସାଙ୍ଗ ସୁରଜ ସାହୁ ଓ କାହ୍ନା ସାହୁ ସାହି ଛକରେ ଛିଡ଼ା ହୋଇଥିବା ବେଳେ ପିଣ୍ଟୁ ପହଞ୍ଚି ଫୋନ ପାଇଁ ଝଗଡା କରିଥିଲେ। ପରେ ସେ ଏକ ଛୁରିରେ ପପୁନଙ୍କ ପେଟକୁ ବାରମ୍ବାର ଭୁସିଥିଲେ।

ସେଠାରେ ଥିବା ୨ ସାଙ୍ଗ ଏହାର ପ୍ରତିବାଦ କରିଥିବା ବେଳେ ପିଣ୍ଟୁ ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ପପୁନଙ୍କୁ ଉଦ୍ଧାର କରି ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ମା’ ଏ ନେଇ ବଡବଜାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୯୬/୨୧ରେ ମାମଲା ରୁଜୁ କରିଥିଲା।

ଘଟଣାର ଦୁଇଦିନ ପରେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଆହତ ପପୁନଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୧୦ଦିନ ପରେ ପପୁନଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ପୂର୍ବରୁ ରୁଜୁ କରିଥିବା ମାମଲକୁ ହତ୍ୟା ମାମଲାରେ ରୁପାନ୍ତର କରିଥିଲା। ମାମଲାର ବିଚାର ବେଳେ ୧୩ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସରକାରଙ୍କ ପକ୍ଷରୁ ଅତିରିକ୍ତ ପବ୍ଲିକ୍‌ ପ୍ରସିକ୍ୟୁଟର ସୌଭାଗ୍ୟ କୁମାର ମିଶ୍ର ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri