ସାଙ୍ଗ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ସୁନ୍ଦରଗଡ଼,୨୪।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଦୌରାଜଜ ଶୁଭଦର୍ଶୀ ପଟ୍ଟନାୟକ ଶୁକ୍ରବାର ଏକ ହତ୍ୟା ମାମଲାର ବିଚାର କରି ରାୟ ଶୁଣାଇଛନ୍ତି। ଅଭିଯୁକ୍ତ ଅଭି ଛତ୍ରିଆଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରି ୫ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୨ମାସ ଜେଲଦଣ୍ଡ ପାଇଁ ତାଙ୍କ ରାୟରେ ଆଦେଶ ଦେଇଛନ୍ତି। ମାମଲାର ରାୟର ବିବରଣୀରୁ ପ୍ରକାଶ ଯେ, ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସମିନା ବାଘୁପଡ଼ାର ରୋହିତ ନେଟୀ ଓ କିରେଇର ଅଭି ଛତ୍ରିଆ ଦୁଇ ସାଙ୍ଗ। ଉଭୟ ଜଙ୍ଗଲରୁ ଜାଳେଣି କାଠ ଆଣି କ୍ରୟ କରି ପରିବାର ଚଳାନ୍ତି। ଘଟଣା ଦିନ ଅର୍ଥାତ ଗତ ୨୦୧୬ ଅକ୍ଟୋବର ୨୭ରେ ଅଭିଯୁକ୍ତ ଅଭି ଛତ୍ରିଆ ସ୍ତ୍ରୀ ସହ ନିଜ ସାଙ୍ଗ ରୋହିତଙ୍କୁ ଧରି ସମରଡିହି ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିଲେ। ହେଲେ କୌଣସି କାରଣରୁ ଅଭି ସାଙ୍ଗ ରୋହିତଙ୍କୁ ହତ୍ୟାକରି ଏକ ମହୁଲଗଛ ମୂଳେ ପକାଇଦେଇ ଚାଲିଆସିଥିଲେ। ରୋହିତଙ୍କ ବଡ଼ଭାଇ ସୁରତ ନେଟୀ ଏ ସମ୍ପର୍କରେ ଖବରପାଇ ସଦର ଥାନାରେ ରିପୋର୍ଟ କରିଥିଲେ। ପୋଲିସ ସଦର ଥାନାରେ ଭାରତୀୟ ଦଣ୍ଡବିଧି ଧାରା ୩୦୨ ଅନୁଯାୟୀ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ପରେ ଅଭିଯୁକ୍ତ ଅଭିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବିଚାରପତି ସମସ୍ତ ପ୍ରମାଣ ସହ ୨୭ଜଣ ସାକ୍ଷୀଙ୍କ ବୟାନ ଓ ପାରିପାଶର୍‌ବିକ ତଥ୍ୟ ଆଧାରରେ ଶୁକ୍ରବାର ଅଭିଯୁକ୍ତ ଅଭି ଛତ୍ରିଆଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହି ମାମଲାକୁ ସଦର ଥାନାର ତତ୍କାଳୀନ ତଦନ୍ତକାରୀ ପୋଲିସ ଅଫିସର ଦେବକୀ ନାଏକ ତଦନ୍ତ କରିଥିଲେ। ସରକାରଙ୍କ ତରଫରୁ ପବ୍ଲିକ ପ୍ରସିକ୍ୟୁଟର ଅବଦୁଲ ସମୁମ ଅଖତାର ଏହି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri