ଜ୍ବାଇଁ ହତ୍ୟାକାରୀ ଶ୍ୱଶୁରଙ୍କୁ ଆଜୀବନ ଜେଲ

ଅନୁଗୋଳ, ୨୯ା୮ (ଅମିତ କୁମାର ସାମଲ): ଅନୁଗୋଳ ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟରେ ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜ୍ୱାଇଁ ଜମେଶ୍ୱର ପୃଷ୍ଟିଙ୍କ ହତ୍ୟା ମାମଲାର ଅଭିଯୁକ୍ତ ରାଧାରମଣପଡ଼ାର ବିପିନ ସାହୁ(୭୦)ଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅତିରକ୍ତ ଜିଲା ଓ ଦୌରାଜଜ ରଞ୍ଜିତା ଜ୍ୟୋତିଷି ମୋଟ ୨୨ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଏହି ରାୟ ଶୁଣାଇଛନ୍ତି।
ମାମଲାରୁ ପ୍ରକାଶ, ୨୦୨୦ ସେପ୍ଟେମ୍ବର ୮ ରେ ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ହିନ୍ଦୋଳରୋଡର ଜ୍ୱାଇଁ ଜମେଶ୍ୱର ରାଧାରମଣପଡ଼ାସ୍ଥିତ ଶ୍ୱଶୁରଙ୍କ ଘରକୁ ଆସିଥିଲେ। ଏହି ସମୟରେ ଶ୍ୱଶୁର ବିପିନ ଏକ ଧାରୁଆ ଛୁରିରେ ତାଙ୍କୁ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରୁ କଟକ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ସେପ୍ଟେମ୍ବର ୧୨ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା। ଏ ନେଇ ଜମେଶ୍ୱରଙ୍କ ସ୍ତ୍ରୀ ଓ ଝିଅ ରୁନି ସାହୁ ଅନୁଗୋଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ନଂ. ୧୦୭୫/୨୦ରେ ମାମଲା ରୁଜୁ କରି ଫେରାର ବିପିନଙ୍କୁ ଗିରଫ କରିଥିଲା। ମାମଲାକୁ ସରକାରଙ୍କ ପକ୍ଷରୁ ଅତିରିକ୍ତ ପିପି ତାପସ ରଞ୍ଜନ ମିଶ୍ର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri