ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବରଗଡ଼,୨୭ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ତଲାକଟା ଗ୍ରାମରେ ଗତ ୨୦୧୯ ଜୁଲାଇ ୩୦ରେ ଛେଳିମାଂସ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି । ଏହି ମାମଲାର ବିଚାର କରି ବରଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ ସଂଘମିତ୍ରା ଶର୍ମା ଅଭିଯୁକ୍ତ ଫକୀର ଲାକ୍ରାଙ୍କୁ ଆଜୀବନ କାରାଦଣ୍ଡ ଏବଂ ୧୦ହଜାର ଜରିମାନାରେ ଦଣ୍ଡିତ କରିଛନ୍ତି। ଜରିମାନା ଅର୍ଥ ଅନାଦେୟ ହେଲେ ଆଉ ଅଧିକ ୧ ବର୍ଷ କାରାଦଣ୍ଡ ବୃଦ୍ଧି ପାଇଁ ରାୟରେ ଉଲ୍ଲେଖ ରହିଛି।

ପ୍ରକାଶ ଯେ, ଘଟଣା ଦିନ ଅତାବିରା ଥାନା ତଲାକଟା ଗ୍ରାମର କୁଟୁରୁ ଲାକ୍ରାଙ୍କ ୨ପୁଅ ଫକୀର ଏବଂ କଟି ଆମଝର ଗ୍ରାମକୁ ଯାଇଥିଲେ। ସେଠାରୁ ଘରକୁ କିଛି ଛେଳିମାଂସ ଆଣିଥିଲେ। ଘରେ ସେହି ମାଂସ ଭାଗବଣ୍ଟାକୁ ନେଇ ଉଭୟ ଭାଇଙ୍କ ମଧ୍ୟରେ କଳିଗୋଳ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଫକୀର ଏକ କଟୁରିରେ ସାନଭାଇ କଟିଙ୍କୁ ଆକ୍ରମଣ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ନିଆଯାଇଥିଲା। ସେଠାରେ କଟିଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଘଟଣାକୁ ନେଇ ମୃତ କଟିଙ୍କ ସ୍ତ୍ରୀ ଚନ୍ଦ୍ରା ଅତାବିରା ଥାନାରେ ଏତଲା ଦେଇଥିଲେ। ତାଙ୍କ ଏତଲାକୁ ଭିତ୍ତି କରି ପୋଲିସ କେସ୍‌ ନଂ ୧୫୮/୧୯ରେ ଏକ ମାମଲାରୁଜୁ କରିଥିଲା। ୧୩ ଜଣ ସାକ୍ଷ୍ୟ ଏବଂ ଅନ୍ୟାନ୍ୟ ପ୍ରମାଣକୁ ଆଧାର କରି କୋର୍ଟ ଅଭିଯୁକ୍ତ ଫକୀରଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସରକାରଙ୍କ ପକ୍ଷରୁ ଏ.ପି.ପି ମନୋଜ କୁମାର ଏକ୍କା ଉକ୍ତ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri