ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ଆନନ୍ଦପୁର,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ବୁଧବାର ଏକ ମାମଲାର ବିଚାର କରାଯାଇ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇଛି। ନନ୍ଦିପଦା ଥାନା କେସ୍‌ ନଂ ୭୩/୨୦୧୯ ତଥା ଏସ୍‌ଟି କେସ୍‌ ନଂ ୫୮/୨୦୧୯ର ବିଚାର କରି ୩୧ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରଜ୍ୟୋତି ରାଉତ ଅଭିଯୁକ୍ତ ନନ୍ଦିପଦା ଥାନା ଅଣା ଗ୍ରାମର ପ୍ରଦୀପ କୁମାର ମଲ୍ଲିକଙ୍କୁ ଆଜୀବନ କାରାଦଣ୍ଡାଦେଶର ରାୟ ପ୍ରକାଶ କରିଛନ୍ତି। ଦଫା ୩୦୨ ଆଧାରରେ ୧୦ ହଜାର ଜୋରିମାନା ଓ ଦଫା ୨୦୧ ଆଧାରରେ ୫ ହଜାର ଟଙ୍କାର ଜରିମାନାର ଆଦେଶ ଶୁଣାଇଛନ୍ତି।

ସୂଚନାଯୋଗ୍ୟ, ୯ା୮ା୨୦୧୯ରେ ଗ୍ରାମରକ୍ଷୀ ଗୌରାଙ୍ଗ ଚରଣ ଜେନାଙ୍କ ଅଭିଯୋଗ ଆଧାରରେ ନନ୍ଦିପଦା ଥାନାରେ ମାମଲା ଦାୟର ହୋଇଥିଲା। ଅଭିଯୋଗ ଅନୁଯାୟୀ, ଅଭିଯୁକ୍ତ ପ୍ରଦୀପ ଭଲପାଇ ବିବାହ କରିଥିବା ସ୍ତ୍ରୀ ମଧୁସ୍ମିତା ନାୟକ/ମଲ୍ଲିକଙ୍କୁ ମାଡ଼ ମାରି ହତ୍ୟା କରିବା ଏବଂ ଘର ପଛପଟେ ପୋତିଦେଇଥିଲା। ପରେ ସେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ଘଟଣାର କିଛି ଦିନ ଅନ୍ତରରେ ପୋତାଯାଇଥିବା ମୃତଦେହରୁ ଦୁର୍ଗନ୍ଧ ବାହାରିବାରୁ ଘଟଣାକୁ ନେଇ ଗ୍ରାମରକ୍ଷୀ ନନ୍ଦିପଦା ଥାନାରେ ଅଭିଯୋଗ କରିଥିଲେ। ଏହି ମାମଲାକୁ ସରକାରୀ ଆଇନଜୀବୀ ଅଶ୍ୱିନୀ କୁମାର ମଲ୍ଲିକ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ପାଲଟିଲେ ରାକ୍ଷସ, କରତରେ ମା-ବାପାଙ୍କ ମୁଣ୍ଡ କାଟି ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଲେ, ପୋଲିସ ଆଗରେ କହିଲେ…

ଲକ୍ଷ୍ନୌ,୧୮ା୧୨: ଉତ୍ତରପ୍ରଦେଶର ଜୌନପୁର ଜିଲାର ଜାଫରାବାଦ ଥାନା ଅଞ୍ଚଳର ଅହମଦପୁର ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏହି ଗାଁର ୩୭ ବର୍ଷୀୟ ଅମ୍ବେଶ...

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

କଟନି ଛଟନି ବନ୍ଦ କରିବାକୁ ପରାମର୍ଶ ଦେଲେ ମନ୍ତ୍ରୀ, କହିଲେ ଚାଷୀମାନେ କେବଳ ମଣ୍ଡିରେ ଧାନ ଦିଅନ୍ତୁ

ବୁଗୁଡ଼ା ୧୮/୧୨/(କାଳିଚରଣ ଦାଶ):  ଚଳିତ ମାସ ୨୩ ତାରିଖ ଠାରୁ ଖରିଫ ଋତୁ ଧାନ ସଂଗ୍ରହ କରିବେ ସରକାର । ତେଣୁ ଜିଲ୍ଲା ଓ ବ୍ଲକ...

ଅନ୍ୟ ଧର୍ମର ହୋଇଥିବାରୁ ଶବ ପଡିରହିଲା ୩୨ ଘଣ୍ଟା: ଆଉ ତା’ପରେ…

ପାଟଣା,୧୮।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗାଁ ରେ ରୋଗାକ୍ରାନ୍ତ ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।...

DMK ଉପରେ ବର୍ଷିଲେ ବିଜୟ, ଉଠାଇଲେ ଅନେକ ପ୍ରଶ୍ନ

ଅମରାବତୀ,୧୮।୧୨: ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଗୁରୁବାର ତାମିଲନାଡୁର ଇରୋଡ ଜିଲାରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ସେପ୍ଟେମ୍ବର ୨୭ରେ କରୁରରେ ତାଙ୍କ ରାଲିରେ ଦଳାଚକଟା...

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Stokes-Archer Fight VIDEO: ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚରଙ୍କ ମଧ୍ୟରେ କାହିଁକି ହେଲା ଝଗଡ଼ା?

ନୂଆଦିଲ୍ଲୀ,୧୮।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଆସେସ୍ ଟେଷ୍ଟରେ ଇଂଲଣ୍ଡର ଖରାପ ପ୍ରଦର୍ଶନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । ସେଥିପାଇଁ ଇଂଲଣ୍ଡ ଅଧିନାୟକ ଏବଂ ଖେଳାଳିମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri