ହତ୍ୟାକାରୀଙ୍କୁ ଆଜୀବନ ଜେଲ

କେନ୍ଦୁଝର,୧୭।୫(ସ୍ବ.ପ୍ର.): ଜଣେ ବୃଦ୍ଧା ହତ୍ୟା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। କେନ୍ଦୁଝର ଦୌରାଜଜ୍‌ ଚିତ୍ତରଞ୍ଜନ ମହାପାତ୍ର ଅଭିଯୁକ୍ତ ଦେବାନନ୍ଦ ନାଏକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରିକି ଅଭିଯୁକ୍ତଙ୍କୁ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୧ ବର୍ଷ ଅଧିକ ଜେଲ ଦଣ୍ଡ ଭୋଗିବାକୁ ରାୟ ପ୍ରକାଶ କରିଛନ୍ତି।

ପ୍ରକାଶଯୋଗ୍ୟ, ତୁରୁମୁଙ୍ଗା ଥାନା ଖୁଣ୍ଡିଆପଡ଼ା ପଞ୍ଜାୟତ ଜାମୁନାଳିଆ ଗ୍ରାମର ଜମ୍ବିରା ବେୱା(୭୦)ଙ୍କୁ ଦେବାନନ୍ଦ ବିଭିନ୍ନ ସମୟରେ ଧମକ ଦେଇ ତାଙ୍କଠାରୁ କୁକୁଡା, ଚାଉଳ ଆଣି ଖାଉଥିଲେ। ଏନେଇ ଜମ୍ବିରା ପଞ୍ଚାୟତକୁ ଜଣାଇଥିଲେ। ପରେ ଗାଁରେ ଏକ ବୈଠକ କରି ଦେବାନନ୍ଦଙ୍କୁ ତାଗିଦ କରାଯାଇଥିଲା। ପ୍ରତିଶୋଧ ନେବାକୁ ସୁଯୋଗ ଅପେକ୍ଷାରେ ଥିବା ବେଳେ ୨୦୧୩ ସେପ୍ଟେମ୍ବର ୮ ତାରିଖ ରାତି ପ୍ରାୟ ୧୦ଟାରେ ଜମ୍ବିରା ପୁରୁଣା ଘରୁ ନୂଆ ଘରକୁ ଏକୁଟିଆ ଯାଉଥିବା ବେଳେ ପୂର୍ବରୁ ଲୁଚି ରହିଥିବା ଦେବାନନ୍ଦ ଭୂଜାଲିରେ ଜମ୍ବିରାଙ୍କୁ ଆକ୍ରମଣ କରିଥିଲେ। ପରେ ଏକ କୂଅରେ ପକାଇ ଦେଇଥିଲେ। ଏହି ଘଟଣାରେ ପ୍ରତ୍ୟକ୍ଷ ଦର୍ଶୀ ଜମ୍ବିରାଙ୍କ ଝିଆରୀ କୌତୁକୀ ନାଏକ ଏବଂ ମୀନତି ନାଏକ ପରିବାର ଲୋକଙ୍କୁ ଜଣାଇଥିଲେ। ଏନେଇ ଜମ୍ବିରାଙ୍କ ପୁଅ ନାରାୟଣ ନାଏକ ତୁରୁମୁଙ୍ଗା ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା(ନଂ.୧୨୩/୨୦୨୩) ରୁଜୁ କରି ଅଭିଯୁକ୍ତ ଦେବାନନ୍ଦଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେହି ଦିନଠାରୁ ସେ ବିଚାରଧୀନ ବନ୍ଦୀ ଭାବେ କେନ୍ଦୁଝର ଜିଲା କାରାଗାରରେ ଥିଲେ। ୧୦ଜଣ ସାକ୍ଷୀଙ୍କ ବୟାନ ସହ ସମସ୍ତ ତଥ୍ୟ ଆଧାରକୁ ଭତ୍ତି କରି ଦୌରାଜଜ୍‌ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରୋସିକ୍ୟୁଟର ପ୍ରଦୀପ ଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri