ହତ୍ୟାକାରୀଙ୍କୁ ଆଜୀବନ ଜେଲ

କେନ୍ଦୁଝର,୧୭।୫(ସ୍ବ.ପ୍ର.): ଜଣେ ବୃଦ୍ଧା ହତ୍ୟା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। କେନ୍ଦୁଝର ଦୌରାଜଜ୍‌ ଚିତ୍ତରଞ୍ଜନ ମହାପାତ୍ର ଅଭିଯୁକ୍ତ ଦେବାନନ୍ଦ ନାଏକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରିକି ଅଭିଯୁକ୍ତଙ୍କୁ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୧ ବର୍ଷ ଅଧିକ ଜେଲ ଦଣ୍ଡ ଭୋଗିବାକୁ ରାୟ ପ୍ରକାଶ କରିଛନ୍ତି।

ପ୍ରକାଶଯୋଗ୍ୟ, ତୁରୁମୁଙ୍ଗା ଥାନା ଖୁଣ୍ଡିଆପଡ଼ା ପଞ୍ଜାୟତ ଜାମୁନାଳିଆ ଗ୍ରାମର ଜମ୍ବିରା ବେୱା(୭୦)ଙ୍କୁ ଦେବାନନ୍ଦ ବିଭିନ୍ନ ସମୟରେ ଧମକ ଦେଇ ତାଙ୍କଠାରୁ କୁକୁଡା, ଚାଉଳ ଆଣି ଖାଉଥିଲେ। ଏନେଇ ଜମ୍ବିରା ପଞ୍ଚାୟତକୁ ଜଣାଇଥିଲେ। ପରେ ଗାଁରେ ଏକ ବୈଠକ କରି ଦେବାନନ୍ଦଙ୍କୁ ତାଗିଦ କରାଯାଇଥିଲା। ପ୍ରତିଶୋଧ ନେବାକୁ ସୁଯୋଗ ଅପେକ୍ଷାରେ ଥିବା ବେଳେ ୨୦୧୩ ସେପ୍ଟେମ୍ବର ୮ ତାରିଖ ରାତି ପ୍ରାୟ ୧୦ଟାରେ ଜମ୍ବିରା ପୁରୁଣା ଘରୁ ନୂଆ ଘରକୁ ଏକୁଟିଆ ଯାଉଥିବା ବେଳେ ପୂର୍ବରୁ ଲୁଚି ରହିଥିବା ଦେବାନନ୍ଦ ଭୂଜାଲିରେ ଜମ୍ବିରାଙ୍କୁ ଆକ୍ରମଣ କରିଥିଲେ। ପରେ ଏକ କୂଅରେ ପକାଇ ଦେଇଥିଲେ। ଏହି ଘଟଣାରେ ପ୍ରତ୍ୟକ୍ଷ ଦର୍ଶୀ ଜମ୍ବିରାଙ୍କ ଝିଆରୀ କୌତୁକୀ ନାଏକ ଏବଂ ମୀନତି ନାଏକ ପରିବାର ଲୋକଙ୍କୁ ଜଣାଇଥିଲେ। ଏନେଇ ଜମ୍ବିରାଙ୍କ ପୁଅ ନାରାୟଣ ନାଏକ ତୁରୁମୁଙ୍ଗା ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା(ନଂ.୧୨୩/୨୦୨୩) ରୁଜୁ କରି ଅଭିଯୁକ୍ତ ଦେବାନନ୍ଦଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେହି ଦିନଠାରୁ ସେ ବିଚାରଧୀନ ବନ୍ଦୀ ଭାବେ କେନ୍ଦୁଝର ଜିଲା କାରାଗାରରେ ଥିଲେ। ୧୦ଜଣ ସାକ୍ଷୀଙ୍କ ବୟାନ ସହ ସମସ୍ତ ତଥ୍ୟ ଆଧାରକୁ ଭତ୍ତି କରି ଦୌରାଜଜ୍‌ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରୋସିକ୍ୟୁଟର ପ୍ରଦୀପ ଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri