ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦୁଝର,୨୧।୧୦(ସ୍ବ.ପ୍ର.)- ସ୍ତ୍ରୀ ହତ୍ୟା ମାମଲାର ଶୁଣାଣି କରି କେନ୍ଦୁଝର ଜିଲା ଓ ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଶୁକ୍ରବାର ସ୍ତ୍ରୀ ହତ୍ୟାକାରୀ ସଦର ଥାନା ବାୟାପଣ୍ଡାଧର ଗ୍ରାମର ସୁମନ୍ତ ଜୁଆଙ୍ଗ(୪୦)ଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରି କି ୫୦ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ଦେଢ଼ ବର୍ଷ ଜେଲ ଦଣ୍ଡାଦେଶ ଭୋଗିବାକୁ କୋର୍ଟ ରାୟ ପ୍ରକାଶ କରିଛନ୍ତି।

ଅଭିଯୋଗ ମୁତାବକ, ୨୦୧୮ ଏପ୍ରିଲ ୧୧ରେ ସ୍ବାମୀ ସୁମନ୍ତ ଏବଂ ସ୍ତ୍ରୀ ପୁରୁଣ୍ଡି ଜୁଆଙ୍ଗଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ସୁମନ୍ତ ଉତ୍ତ୍ୟକ୍ତ ହୋଇ ଏକ ଶାବଳରେ ପୁରୁଣ୍ଡିଙ୍କୁ ଆକ୍ରମଣ କରିଥିଲେ। ଫଳରେ ପୁରଣ୍ଡିଙ୍କ ମୃତ୍ୟୁ ଘଟିଥିଲା। ଏନେଇ ପୁରୁଣ୍ଡିଙ୍କ ଭଉଣୀ ସାଧବାଣୀ ଜୁଆଙ୍ଗ ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା(ନଂ.୧୧/୧୮) ରୁଜୁ କରି ଅଭିଯୁକ୍ତ ସୁମନ୍ତଙ୍କୁ ଗିରଫ କରିଥିଲା। ସମସ୍ତ ସାକ୍ଷୀଙ୍କ ବୟାନ ଏବଂ ପୋଲିସ ରିପୋର୍ଟକୁ ଭିତ୍ତି କରି ଜିଲା ଓ ଦୌରାଜଜ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ଜରିମାନା ରାଶି ସାଙ୍ଗକୁ ସରକାରଙ୍କ ପକ୍ଷରୁ ଥିବା ସହାୟତା ବ୍ୟବସ୍ଥା ଅନୁସାରେ ମୃତାଙ୍କ ୩ ଛୁଆଙ୍କୁ ଦେବାକୁ କୋର୍ଟ ଆଦେଶ କରିଥିବା ପବ୍ଲିକ ପ୍ରସିକ୍ୟୁଟର ପ୍ରଦୀପ ଦାସ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri