ସ୍ତ୍ରୀ ହତ୍ୟାକାରୀ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୧୦(ସୁବାସ ଚନ୍ଦ୍ର ପାଢୀ): ବ୍ରହ୍ମପୁର ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି । ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ସ୍ତ୍ରୀଙ୍କୁ ହତ୍ୟା କରିଥିବା ତାଙ୍କ ସ୍ବାମୀ ହିରଣ୍ୟ ସେଠୀ(୪୭)ଙ୍କୁ ସେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏଥିସହ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ତାଙ୍କ ରାୟରେ ଉଲ୍ଲେଖ ରହିଛି। ସେହିପରି ୧୧ ହଜାର ଟଙ୍କା ଜରିମାନା ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅତିରିକ୍ତ ୯ ମାସ ସଶ୍ରମ କାରାଦଣ୍ଡ ପାଇଁ ମଧ୍ୟ ନିର୍ଦ୍ଦେଶ ରହିଛି। ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଅତିରିକ୍ତ ପିପି ସୌଭାଗ୍ୟ କୁମାର ମିଶ୍ର ଏନେଇ ସୂଚନା ଦେଇଛନ୍ତି ।

ଘଟଣାରୁ ପ୍ରକାଶ ଯେ, ୨୦୨୨ ଫେବୃଆରୀ ୮ ରେ ଦିଗପହଣ୍ଡି ଥାନା ପଦ୍ମନାଭପୁର ଗ୍ରାମର ଝୁନୁ ସେଠୀଙ୍କୁ ତାଙ୍କ ସ୍ବାମୀ ହିରଣ୍ୟ ଛୁରିରେ ବେକ କାଟି ହତ୍ୟା କରିଥିଲେ। ଏପରିକି ଘଟଣା ପରେ ସେ ନିଜ ବେକ କାଟି ହତ୍ୟା ଉଦ୍ୟମ କରିଥିଲେ। ମୃତ ମହିଳା ନିଜ ଭାଇ ରାଜେନ୍ଦ୍ର ସେଠୀଙ୍କ ଅଭିଯୋଗ ଆଧାରରେ ପୋଲିସ ୯୬/୨୨ରେ ଏଜେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତତ୍କାଳୀନ ଏସଆଇ ତଥା ତଦନ୍ତକାରୀ ଅଧିକାରୀ ବଳଭଦ୍ର ଗଣ୍ଡ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ। ମଙ୍ଗଳବାର ଜଜ ୧୭ ଜଣ ସାକ୍ଷୀଙ୍କ ବୟାନ କୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri