ପଲିଥିନ ତଳେ ଜୀବନ

ଦଶମନ୍ତପୁର,୮ା୧୦ (ଡି.ଏନ.ଏ.): ମୁଣ୍ଡ ଗୁଞ୍ଜିବାକୁ ପକ୍କାଘର ଖଣ୍ଡିଏ ନାହିଁ । ଭଙ୍ଗା ଦଦରା ପଲିଥିନଟଣା ଛପରଘରେ ମୁଣ୍ଡ ଗୁଞ୍ଜିଛନ୍ତି ୨ ପ୍ରାଣୀ। ଘର ଭିତରୁ ଚାହିଁଲେ ଦିନରେ ସୂର୍ଯ୍ୟ, ରାତିରେ ତାରା ଦେଖାଯାଉଛି। ବର୍ଷାଦିନେ ଅବସ୍ଥା ନ କହିବା ଭଲ। ବର୍ଷାପାଣି ଗଳିବାରୁ ଚଳିବା ହୋଇପଡୁଛି କଷ୍ଟକର। ଟିକେ ପବନ ହେଲେ କାନ୍ଥରୁ ମାଟି ଖସୁଛି ।
ଏପରି ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଲୁଲ୍ଲା ପଞ୍ଚାୟତର ମରିଚମାଳ ଗ୍ରାମରେ। ଗ୍ରାମରେ ରେଲି ସାଉନ୍ତା (୯୦) ପରିବାର ସହ ରହନ୍ତି। ଝିଅ ବାହାହୋଇ ଚାଲିଯିବା ପରେ ଏବେ ସ୍ତ୍ରୀସ୍ବାମୀ ଦୁଇପ୍ରାଣୀ ଉଭୟେ ଉଭୟଙ୍କ ଭରସା। ସରକାରୀ ସୁବିଧା ସେପରି କିଛି ଏଯାଏ ଏମାନଙ୍କୁ ମିଳିନି। ରାଶନ କାର୍ଡ ଓ ମିଳୁଥିବା ଭତ୍ତା ଉଭୟଙ୍କ ଭରସା। ଦୀର୍ଘବର୍ଷ ହେଲା ଉଭୟେ ଭଙ୍ଗା ଦଦରା ଛଣ ଛପର ଘରେ ଦୟନୀୟ ଅବସ୍ଥାରେ ଦିନ କାଟୁଛନ୍ତି । ଗତବର୍ଷ ଝଡ଼ ତୋଫାନରେ ଘର ଭାଙ୍ଗିଥିଲା। ଏ ବିଷୟରେ ଆର୍‌ଆଇଙ୍କୁ ଲିଖିତ ଭାବେ ଜଣାଇଥିଲି, ହେଲେ ପଲିଥିନ ଖଣ୍ଡେ ଦେଲେ ନାହିଁ, ମୁଁ ନିଜେ ପଲିଥିନ କିଣି ଘର ଉପରେ ଢାଙ୍କିଛି ବୋଲି କହନ୍ତି ରେଲି। ଆବାସ ଘର ପାଇଁ ଅନେକଥର ସରପଞ୍ଚ ଓ ପିଇଓଙ୍କୁ ଲିଖିତ ଭାବେ ଜଣାଇଛି, ମାତ୍ର କିଛି ସୁଫଳ ମିଳିନି ବୋଲି କହନ୍ତି ସେ। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଆମକୁ ସହାୟତା କରନ୍ତୁ ନଚେତ୍‌ ଆମ ପରିବାରର ସମସ୍ତେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବୁ ବୋଲି କହିଛନ୍ତି ସେ। ଏ ସମ୍ପର୍କରେ ପିଇଓ କେତନ ହାଲଓ୍ବାଙ୍କୁ ପଚାରିବାରୁ ମୁଁ ଏହାର ତଦନ୍ତକରି ପଦକ୍ଷେପ ନେବି। ଯଦି ତାଙ୍କର ତାଲିକାରେ ନାମ ଥିବ ତେବେ ମୁଁ ବ୍ୟବସ୍ଥା କରିବି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri