ଜୀବନରେଖାରେ ବିପନ୍ନ ଜୀବନ

କାମାକ୍ଷାନଗର, ୧୧।୮(ଅମ୍‌ଜାଦ ଖାନ୍‌): ଢେଙ୍କାନାଳ ଜିଲା କାମାକ୍ଷାନଗର ସହର ଦେଇ ଜାତୀୟ ରାଜପଥ ୫୩କୁ ସଂଯୋଗ କରୁଥିବା ଆଳତୁମା-ମାଳପୁରା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଶେଷ ହେଉନାହିଁ। ପୌରାଞ୍ଚଳର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ହନୁମାନ ବଜାରଠାରୁ ଜିରିଡ଼ାମାଳି ପର୍ଯ୍ୟନ୍ତ ଏହି ବ୍ୟସ୍ତବହୁଳ ସଡ଼କ ଖାଲଖମାରେ ଭର୍ତ୍ତି ହୋଇଛି। ରାସ୍ତା କାର୍ଯ୍ୟ ଶୀଘ୍ର ଶେଷ କରିବା ଲାଗି ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ ବିଭାଗୀୟ ଅଧିକାରୀ ଶୁଣୁ ନ ଥିବାରୁ ସହରର ବୁଦ୍ଧିଜୀବୀ, ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି।
୫୩ନଂ. ଜାତୀୟ ରାଜପଥ ସହ ସଂଯୁକ୍ତ ଉକ୍ତ ସଡ଼କ ପୂର୍ବରୁ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ଙ୍କ ଅଧୀନରେ ଥିଲା। ତେବେ ପରିଚାଳନାରେ ସମସ୍ୟା ଉପୁଜିବା ପରେ ପୂର୍ତ୍ତ ବିଭାଗ ଏହାର ଦାୟିତ୍ୱ ନେଇଛି। ହେଲେ ସମ୍ପ୍ରସାରଣ କାର୍ଯ୍ୟ ବନ୍ଦଥିବାରୁ ହନୁମାନ ବଜାରଠାରୁ ଜିରିଡ଼ାମାଳି ଯାଏ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। କେବଳ ମେଟାଲିଂ କରି ଛାଡ଼ି ଦିଆଯାଇଥିବାରୁ ଖରାରେ ପ୍ରବଳ ଧୂଳି ଉଡୁଛି। ସୃଷ୍ଟି ହୋଇଥିବା ଗାତରେ ବର୍ଷାପାଣି ଜମି ରହି ଦୁର୍ଘଟଣାର କାରଣ ସାଜୁଛି। ଅର୍ଦ୍ଧନିର୍ମିତ ଡ୍ରେନ୍‌ର ଲୁହା ଛଡ଼ଗୁଡ଼ିକ ବିପଦସଙ୍କୁଳ ଅବସ୍ଥାରେ ବାହାରକୁ ବାହାରିଛି। ଫଳରେ ବ୍ୟବସାୟୀ, ଛାତ୍ରୀଛାତ୍ର ଏବଂ ସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେ ବର୍ଷା ଯୋଗୁ କାମ ବନ୍ଦ ଥିବା ବେଳେ କେବେ ଏହା ପୂର୍ଣ୍ଣାଙ୍ଗ ରୂପ ନେବ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଏ ସଂକ୍ରାନ୍ତରେ ବିଭାଗର ଜଣେ ପଦସ୍ଥ ଅଧିକାରୀ କହିଛନ୍ତି, ସହର ମଧ୍ୟ ଦେଇ ଯାଇଥିବା ଆଳତୁମା-ମାଳପୁରା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଅକ୍ଟୋବର ୨୦୨୨ରେ ଆରମ୍ଭ ହୋଇଥିଲା। ଏଥିପାଇଁ ୧୨ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଥିଲା। ବର୍ଷା ପୂର୍ବରୁ ଏହାକୁ ସମ୍ପୂର୍ଣ୍ଣ କରାଯିବାକୁ ଲକ୍ଷ୍ୟ ରଖାଯାଇଥିଲା। ରାସ୍ତା କଡ଼ରେ ଥିବା ଗଛକଟାରେ ବିଳମ୍ବ, ଅତିରିକ୍ତ ଭାବରେ ଡ୍ରେନ୍‌ କାର୍ଯ୍ୟ ଯୋଡ଼ାଯିବା ଏବଂ ଅନ୍ୟାନ୍ୟ କାରଣରୁ କାମ ବିଳମ୍ବିତ ହୋଇଛି। ଏବେ ବର୍ଷା ଯୋଗୁଁ କାର୍ଯ୍ୟ ବନ୍ଦ ରହିଛି। ନଭେମ୍ବର ସୁଦ୍ଧା କାମ ଶେଷ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri