ହିଜାବ ନ ପିନ୍ଧିବାରୁ ନିର୍ବାସିତ ଜୀବନ

ତେହେରାନ୍‌,୧୫।୨: ଇରାନ୍‌ ଚେସ୍‌ ଖେଳାଳି ସାରା ଖାଦେମ ପରିବାର ସହ ସାଉଥର୍ନ ସ୍ପେନ୍‌ରେ ନିର୍ବାସିତ ଜୀବନ କାଟୁଛନ୍ତି। ତାଙ୍କ ଜୀବନ ପ୍ରତି ବିପଦ ଆଶଙ୍କା କରି ସେ ରହୁଥିବା ଜାଗାର ଠିକଣା ବା ଲୋକେଶନ୍‌ ବାହାରେ ପ୍ରଘଟ ନ କରିବା ଲାଗି ସାରା ଗଣମାଧ୍ୟମକୁ କହିଛନ୍ତି। ଏକାଧିକ ଅନ୍ତର୍ଜାତୀୟ ଗଣମାଧ୍ୟମିରେ ପ୍ରକାଶିତ ଖବର ଅନୁସାରେ ସାରାଙ୍କୁ ଗିରଫ କରିବା ପାଇଁ ଇରାନ୍‌ ସରକାର ଚାହିଁ ବସିଛନ୍ତି। ଏହାଛଡ଼ା ସାରାଙ୍କୁ ବହୁ ଧମକପୂର୍ଣ୍ଣ ଫୋନ୍‌ କଲ୍‌ ଆସୁଥିବା କୁହାଯାଉଛି। ତାଙ୍କ ଅଭିଭାବକ ଏବଂ ସମ୍ପର୍କୀୟ ଇରାନ୍‌ରେ ଥିବାବେଳେ ସେମାନଙ୍କ ମଧ୍ୟ ଧମକାଚମକା କରାଯାଉଥିବା ଖବର ପ୍ରକାଶ ପାଇଛି। ଆନ୍ତର୍ଜାତୀୟ ଚେସ୍‌ ଫେଡେରେଶନ୍‌ ଓ୍ବେବ୍‌ସାଇଟ୍‌ ତଥ୍ୟ ଅନୁସାରେ ବିଶ୍ୱର ଚେସ୍‌ ଖେଳାଳିଙ୍କ ମଧ୍ୟରେ ୨୫ ବର୍ଷୀୟା ସାରା ୮୦୪ତମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri