ଫ୍ଲୋରାଇଡଯୁକ୍ତ ପାଣିରେ ବଞ୍ଚୁଛି ଜୀବନ

ତରବୋଡ/ନୂଆପଡା ଅଫିସ, ୧୦।୨ (ଡି.ଏନ.ଏ.): ନୂଆପଡା ଜିଲା ଆଦିବାସୀ ଅଧ୍ୟୁଷିତ ଦର୍ଲିପଡା ଗ୍ରାମପଞ୍ଚାୟତରେ ଗ୍ରୀଷ୍ମ ପୂର୍ବରୁ ପାନୀୟ ଜଳ ସମସ୍ୟା ଉତ୍କଟ ହେବାରେ ଲାଗିଲାଣି। ଗ୍ରାମରେ ପୋଖରୀ କିମ୍ବା ମୁଡା ମଧ୍ୟ ନାହିଁ। ସୁନ୍ଦର ଡ୍ୟାମ ଗାଁଠାରୁ ୨ କି.ମି. ଦୂର ହେଉଥିବାରୁ ଓ ଯିବା ପାଇଁ ଭଲ ରାସ୍ତା ନ ଥିବାରୁ ଲୋକେ ବାଧ୍ୟହୋଇ ଫ୍ଲୋରାଇଡଯୁକ୍ତ ପାଣି ବ୍ୟବହାର କରୁଛନ୍ତି। ଏହି ପାଣି ବ୍ୟବହାର ଯୋଗୁ ବିଭିନ୍ନ ସ୍ବାସ୍ଥ୍ୟଜନିତ ରୋଗର ସମ୍ବାବନା ଥିବାରୁ ଏଦିଗରେ ଦୃଷ୍ଟି ଦେବା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ଦାବି କରାଯାଇଛି। ୨୦୦୫ରେ ଗ୍ରାମ୍ୟ ଜଳେଯାଗାଣ ବିଭାଗ ପକ୍ଷରୁ କୋମନା ବ୍ଲକ ଅନ୍ତର୍ଗତ ଦର୍ଲିପଡା ପଞ୍ଚାୟତବାସୀଙ୍କୁ ପାନୀୟ ଜଳ ଯୋଗାଇବା ପାଇଁ ୨୦୦ ଫୁଟ ବିଶିଷ୍ଟ ଏକ ଗଭୀର ନଳକୂପ ଖନନ କରାଯାଇଛି। ନଳକୂପରେ ୫ ଏଚ୍‌ପି ମୋଟର ଲଗାଯାଇ ଦର୍ଲିପଡା, ପଦ୍ମପୁର, ସାଲେପଡାକୁ ପାଣି ଯୋଗାଣ ହେଉଛି। ଗ୍ରାମରେ ୨୦ଟି ଫ୍ରି ସଫ୍ଲାଇ ପଏଣ୍ଟ ଓ ୧୫ଟି ଘର ସଂଯୋଗ ପଏଣ୍ଟ ରହିଛି । ଏହି ପାଣି ପିଇ ଗ୍ରାମବାସୀ ବିଭିନ୍ନ ରୋଗରେ ଆକ୍ରାନ୍ତ ହେବାରୁ ସରକାରଙ୍କ ପକ୍ଷରୁ ପାଣିର ପରୀକ୍ଷା କରାଯାଇଥିଲା। ପାଣି ପରୀକ୍ଷା ପରେ ଏଥିରେ ଫ୍ଲୋରୋସିସ ରହିଥିବା ଜଣାପଡ଼ିଥିଲା। ଏହି ପାଣି ବ୍ୟବହାର ଯୋଗ୍ୟ ନୁହେଁ ବୋଲି କହିବା ସହ ପାଣିପମ୍ପ ଏବଂ ସବୁ ଏଲଆଇ ପଏଣ୍ଟ ଚିହ୍ନଟ କରି ଏହାକୁ ନିଷିଧ ପାଇଁ ନିର୍ଦ୍ଧେଶ ଦେଇଥିଲେ। ୨୦୦୮ ମାର୍ଚ୍ଚରେ ପାଣି ପରୀକ୍ଷା କରାଯାଇଥିବା ବେଳେ ଏଥିରେ ୧.୮ ପ୍ରତିଶତ ଫ୍ଲୋରାଇଡ ଥିବା କୁହାଯାଇଥିଲା। ଏ ନେଇ ବାରମ୍ବାର ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବାରୁ
ଦର୍ଲିପଡାବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri