‘ସମନ୍ବୟ ରହିଲେ ଜୀବନ ବଞ୍ଚତ୍ବ’

ବଲାଙ୍ଗୀର ଅଫିସ,୧୧ା୩: ବଲାଙ୍ଗୀର ଜିଲା ଜରୁରୀକାଳୀନ ଅପରେଶନ ସେଣ୍ଟର ଓ ଜିଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ପକ୍ଷରୁ ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ା ଏଥିରେ ଅତିରିକ୍ତ ଜିଲାପାଳ ଲମ୍ବୋଦର ଧରୁଆ ଅଧ୍ୟକ୍ଷତା କରିଥିଲେ ା ବୈଠକରେ ଗ୍ରୀଷ୍ମ ପ୍ରବାହଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗ ପକ୍ଷରୁ ଗ୍ରହଣ କରିବାକୁ ଥିବା ସତର୍କତାମୂଳକ ପଦକ୍ଷେପ ସମ୍ପର୍କିତ ଆଲୋଚନା ଏବଂ ସମୀକ୍ଷା କରାଯାଇଥିଲା। ବୈଠକରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ଡ଼ୁଡା ପ୍ରକଳ୍ପ ନିର୍ଦ୍ଦେଶକ ସୁଦର୍ଶନ ସାଏ, ବଲାଙ୍ଗୀର ଉପଜିଲାପାଳ କୁମାର ନାଗଭୂଷଣ, ପାଟଣାଗଡ ଉପଜିଲାପାଳ ଡ଼. ବିଜୟାନନ୍ଦ ସେଠୀ, ଟିଟିଲାଗଡ ଉପଜିଲାପାଳ ଦୟାମୟ ପାଢୀ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ତୋଫାନ ବାଗଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ସମସ୍ତ ବିଡିଓ, ତହସିଲଦାର ଓ ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାହୀ ଅଧିକାରୀ ଉପସ୍ଥିତ ଥିଲେ। ଜିଲା ଜରୁରୀକାଳୀନ ଅଧିକାରୀ ଶୁଭସ୍ମିତା ମିଶ୍ର ଆଲୋଚ୍ୟ ବିଷୟବସ୍ତୁ ଉପସ୍ଥାପନ କରିଥିଲେ। ଗ୍ରୀଷ୍ମଦିନରେ ପାନୀୟ ଜଳ ସମସ୍ୟାର ସମାଧାନକୁ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହଜନିତ ଅଂଶୁଘାତର ମୁକାବିଲା ନିମନ୍ତେ ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ର ଓ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ଔଷଧ, ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା। ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ର ଓ ହସ୍ପିଟାଲରେ ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିବାକୁ କୁହାଯାଇଥିଲା। ଜିଲାର ପ୍ରତ୍ୟେକ ବ୍ଲକ, ତହସିଲ ଓ ସମ୍ପୃକ୍ତ ଅନ୍ୟାନ୍ୟ କାର୍ଯ୍ୟାଳୟରେ ମାର୍ଚ୍ଚ ୧୫ରୁ କଣ୍ଟ୍ରୋଲ ରୁମ ଖୋଲିବା ସହ ଅଭିଯୋଗ ରେଜିଷ୍ଟରରେ ଅଭିଯୋଗ ଲିପିବଦ୍ଧ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଅଚଳ ନଳକୂପ ଓ ଅନ୍ୟ ଜଳଉତ୍ସ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଜଳକ୍ଳିଷ୍ଟ ଅଞ୍ଚଳରେ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣ, ଅଂଶୁଘାତଜନିତ ମୃତ୍ୟୁର ୨୪ ଘଣ୍ଟା ମଧ୍ୟରେ ତଦନ୍ତ କରି ରିପୋର୍ଟ ପ୍ରଦାନ, ଜିଲାର ପ୍ରତ୍ୟେକ ପୌରାଞ୍ଚଳ, ବିଜ୍ଞାପିତ ଅଞ୍ଚଳ ପରିଷଦ, ବ୍ଲକ, ପଞ୍ଚାୟତଗୁଡିକର ଗୁରୁତ୍ୱପୂର୍ଣ୍ଣ ଜନଗହଳି ସ୍ଥାନ, ବସଷ୍ଟାଣ୍ଡରେ ଜଳଛତ୍ର ଖୋଲିବା, ଶ୍ରମିକମାନେ କାର୍ଯ୍ୟ କରୁଥିବା କାର୍ଯ୍ୟସ୍ଥଳୀରେ ବିଶ୍ରାମସ୍ଥଳୀ, ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ଓ ଓଆରଏସ ପ୍ୟାକେଟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଯାତ୍ରୀବାହୀ ବସ ଓ ଅନ୍ୟାନ୍ୟ ଯାନବାହାନ ଗୁଡିକରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ଓ ଓଆରଏସ ପ୍ୟାକେଟ ରଖିବାକୁ କୁହାଯାଇଥିଲା। ଗ୍ରୀଷ୍ମ ସମୟରେ ଗୋରୁଗାଈ ଓ ଅନ୍ୟ ପ୍ରାଣୀ ସମ୍ପଦଙ୍କ ପିଇବା ପାଣି ବ୍ୟବସ୍ଥା, ଅଂଶୁଘାତ ମୃତ୍ୟୁରେ କ୍ଷତିପୂରଣ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଗ୍ରୀଷ୍ମରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ବିଶେଷ କରି ସ୍ବାସ୍ଥ୍ୟକେନ୍ଦ୍ର ଓ ହସ୍ପିଟାଲଗୁଡିକ ପାଇଁ ସୁନିଶ୍ଚିତ କରିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତି ମୁକାବିଲା ନିମନ୍ତେ ବ୍ଲକ ଓ ପଞ୍ଚାୟତ ସ୍ତରରେ ପଞ୍ଚାୟତିରାଜ ଅନୁଷ୍ଠାନ ପ୍ରତିନିଧିଙ୍କ ଉପସ୍ଥିତିରେ ଅନୁରୂପ ବୈଠକ ଯଥାଶୀଘ୍ର ଆୟୋଜନ କରିବାକୁ ବିଡିଓମାନଙ୍କୁ ଅତିରିକ୍ତ ଜିଲାପାଳ ଧରୁଆ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri