‘ସମନ୍ବୟ ରହିଲେ ଜୀବନ ବଞ୍ଚତ୍ବ’

ବଲାଙ୍ଗୀର ଅଫିସ,୧୧ା୩: ବଲାଙ୍ଗୀର ଜିଲା ଜରୁରୀକାଳୀନ ଅପରେଶନ ସେଣ୍ଟର ଓ ଜିଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ପକ୍ଷରୁ ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ା ଏଥିରେ ଅତିରିକ୍ତ ଜିଲାପାଳ ଲମ୍ବୋଦର ଧରୁଆ ଅଧ୍ୟକ୍ଷତା କରିଥିଲେ ା ବୈଠକରେ ଗ୍ରୀଷ୍ମ ପ୍ରବାହଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗ ପକ୍ଷରୁ ଗ୍ରହଣ କରିବାକୁ ଥିବା ସତର୍କତାମୂଳକ ପଦକ୍ଷେପ ସମ୍ପର୍କିତ ଆଲୋଚନା ଏବଂ ସମୀକ୍ଷା କରାଯାଇଥିଲା। ବୈଠକରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ଡ଼ୁଡା ପ୍ରକଳ୍ପ ନିର୍ଦ୍ଦେଶକ ସୁଦର୍ଶନ ସାଏ, ବଲାଙ୍ଗୀର ଉପଜିଲାପାଳ କୁମାର ନାଗଭୂଷଣ, ପାଟଣାଗଡ ଉପଜିଲାପାଳ ଡ଼. ବିଜୟାନନ୍ଦ ସେଠୀ, ଟିଟିଲାଗଡ ଉପଜିଲାପାଳ ଦୟାମୟ ପାଢୀ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ତୋଫାନ ବାଗଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ସମସ୍ତ ବିଡିଓ, ତହସିଲଦାର ଓ ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାହୀ ଅଧିକାରୀ ଉପସ୍ଥିତ ଥିଲେ। ଜିଲା ଜରୁରୀକାଳୀନ ଅଧିକାରୀ ଶୁଭସ୍ମିତା ମିଶ୍ର ଆଲୋଚ୍ୟ ବିଷୟବସ୍ତୁ ଉପସ୍ଥାପନ କରିଥିଲେ। ଗ୍ରୀଷ୍ମଦିନରେ ପାନୀୟ ଜଳ ସମସ୍ୟାର ସମାଧାନକୁ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହଜନିତ ଅଂଶୁଘାତର ମୁକାବିଲା ନିମନ୍ତେ ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ର ଓ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ଔଷଧ, ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା। ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ର ଓ ହସ୍ପିଟାଲରେ ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିବାକୁ କୁହାଯାଇଥିଲା। ଜିଲାର ପ୍ରତ୍ୟେକ ବ୍ଲକ, ତହସିଲ ଓ ସମ୍ପୃକ୍ତ ଅନ୍ୟାନ୍ୟ କାର୍ଯ୍ୟାଳୟରେ ମାର୍ଚ୍ଚ ୧୫ରୁ କଣ୍ଟ୍ରୋଲ ରୁମ ଖୋଲିବା ସହ ଅଭିଯୋଗ ରେଜିଷ୍ଟରରେ ଅଭିଯୋଗ ଲିପିବଦ୍ଧ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଅଚଳ ନଳକୂପ ଓ ଅନ୍ୟ ଜଳଉତ୍ସ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଜଳକ୍ଳିଷ୍ଟ ଅଞ୍ଚଳରେ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣ, ଅଂଶୁଘାତଜନିତ ମୃତ୍ୟୁର ୨୪ ଘଣ୍ଟା ମଧ୍ୟରେ ତଦନ୍ତ କରି ରିପୋର୍ଟ ପ୍ରଦାନ, ଜିଲାର ପ୍ରତ୍ୟେକ ପୌରାଞ୍ଚଳ, ବିଜ୍ଞାପିତ ଅଞ୍ଚଳ ପରିଷଦ, ବ୍ଲକ, ପଞ୍ଚାୟତଗୁଡିକର ଗୁରୁତ୍ୱପୂର୍ଣ୍ଣ ଜନଗହଳି ସ୍ଥାନ, ବସଷ୍ଟାଣ୍ଡରେ ଜଳଛତ୍ର ଖୋଲିବା, ଶ୍ରମିକମାନେ କାର୍ଯ୍ୟ କରୁଥିବା କାର୍ଯ୍ୟସ୍ଥଳୀରେ ବିଶ୍ରାମସ୍ଥଳୀ, ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ଓ ଓଆରଏସ ପ୍ୟାକେଟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଯାତ୍ରୀବାହୀ ବସ ଓ ଅନ୍ୟାନ୍ୟ ଯାନବାହାନ ଗୁଡିକରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ଓ ଓଆରଏସ ପ୍ୟାକେଟ ରଖିବାକୁ କୁହାଯାଇଥିଲା। ଗ୍ରୀଷ୍ମ ସମୟରେ ଗୋରୁଗାଈ ଓ ଅନ୍ୟ ପ୍ରାଣୀ ସମ୍ପଦଙ୍କ ପିଇବା ପାଣି ବ୍ୟବସ୍ଥା, ଅଂଶୁଘାତ ମୃତ୍ୟୁରେ କ୍ଷତିପୂରଣ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଗ୍ରୀଷ୍ମରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ବିଶେଷ କରି ସ୍ବାସ୍ଥ୍ୟକେନ୍ଦ୍ର ଓ ହସ୍ପିଟାଲଗୁଡିକ ପାଇଁ ସୁନିଶ୍ଚିତ କରିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତି ମୁକାବିଲା ନିମନ୍ତେ ବ୍ଲକ ଓ ପଞ୍ଚାୟତ ସ୍ତରରେ ପଞ୍ଚାୟତିରାଜ ଅନୁଷ୍ଠାନ ପ୍ରତିନିଧିଙ୍କ ଉପସ୍ଥିତିରେ ଅନୁରୂପ ବୈଠକ ଯଥାଶୀଘ୍ର ଆୟୋଜନ କରିବାକୁ ବିଡିଓମାନଙ୍କୁ ଅତିରିକ୍ତ ଜିଲାପାଳ ଧରୁଆ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri