ପାଠପଢ଼ା ପାଇଁ ଜୀବନ ବାଜି

ଦଶମନ୍ତପୁର,୨୦।୮(ଡି.ଏନ୍‌.ଏ.): ଆଜି ବି ଏମିତି ପଞ୍ଚାୟତ ଏବଂ ଦୁର୍ଗମ ଗ୍ରାମାଞ୍ଚଳ ରହିଛି ଯେଉଁଠିକୁ ରାସ୍ତାଟିଏ ନାହିଁ। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ବିଦ୍ୟାଳୟକୁ ପାଠ ପଢ଼ିବାକୁ ଯିବାକୁ ହେଲେ ଛାତ୍ରୀଛାତ୍ରମାନେ ଜୀବନକୁ ବାଜି ଲଗାଇ ନଦୀ ପାରହୋଇ ବିଦ୍ୟାଳୟ ଯାଉଥିବା ଦେଖିବାକୁ ମିଳୁଛି। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତର ଲୋରେଶ ଗ୍ରାମ ଏହାର ଏକ ଉଦାହରଣ।
ଏହି ଗ୍ରାମରେ ୩୭ ଘର ପରିବାର ବସବାସ କରନ୍ତି। ୧୮୦ ଜନସଂଖ୍ୟା ବିଶିଷ୍ଟ ଏହି ଗ୍ରାମରେ ଛାତ୍ରୀଛାତ୍ରଙ୍କ ସଂଖ୍ୟା ରହିଛି ୧୫। ମରିଚଗୁଡ଼ାଠାରୁ ୫ କି.ମି. ଦୂରରେ ଥିବା ଏହି ଗ୍ରାମର ଛାତ୍ରୀଛାତ୍ରମାନେ ମରିଚଗୁଡ଼ା ବିଦ୍ୟାଳୟ ଯିବାକୁ ହେଲେ ଉପରୋକ୍ତ ରାସ୍ତା ଅତିକ୍ରମ କରିବାକୁ ପଡ଼େ। ଦେଓଖଡକ ଗ୍ରାମଦେଇ ଭାଲୁ ବିଲ ପାହାଡ ଚଢାଇ ଅଭିଭାବକମାନେ ପିଲାଙ୍କୁ ବିଦ୍ୟାଳୟରେ ଛାଡ଼ିଥାନ୍ତି। ବର୍ଷାଦିନେ ମରିଚଗୁଡା ଗ୍ରାମ ନିକଟରେ ପ୍ରବାହିତ ଅନ୍ଧାରୀ ନଦୀ ପାର କରାଇ ଅଭିଭାବକମାନେ ନିଜ ପିଲାଙ୍କୁ ବିଦ୍ୟାଳୟରେ ଛାଡ଼ିଥାନ୍ତି ଏବଂ ଆଣିଥାନ୍ତି। ଅନ୍ୟ ଦିନେ ଜଙ୍ଗଲ, ପାହାଡ଼ ଏବଂ ବର୍ଷା ଦିନେ ନଦୀ ଆମ ପାଇଁ ସମସ୍ୟା ବୋଲି କହନ୍ତି ଅଭିଭାବକ ଧନୁର୍ଜୟ କମାର, ସେମନ କୁଲିସିକା, ପ୍ରତାପ ସାଉନ୍ତା, ରାଜୀବ ଜମ୍ବେକା, ରମେଶ ସାଉନ୍ତା, ପେଟା ପାଇକ, ଖଗପତି ପାଇକ। ଗ୍ରାମର ଏଭଳି ସମସ୍ୟା ସମ୍ପର୍କରେ ଜିଲା ଏବଂ ବ୍ଲକ ପ୍ରଶାସନକୁ ଜଣାଇଥିଲେ ମଧ୍ୟ ପ୍ରଶାସନ ଉଦାସୀନ ରହୁଥିବା ସେମାନେ ଅଭିଯୋଗ କରିଛନ୍ତି। ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନିଙ୍କ ନିର୍ବାଚନ ମଣ୍ଡଳୀ ଅଧୀନରେ ଯାଉଥିବା ଏହି ଗ୍ରାମର ରାସ୍ତା ସମସ୍ୟା ବିଧାୟକ ଗ୍ରାମକୁ ଆସି ଜାଣିଥିଲେ ମଧ୍ୟ ଏଯାଏ କୌଣସି ସୁଫଳ ମିଳିନାହିଁ। ରାସ୍ତା ନ ଥିବାରୁ ସରକାରଙ୍କ କୌଣସି ଯୋଜନାରୁ ଗ୍ରାମବାସୀ ଉପକୃତ ହୋଇପାରୁନାହାନ୍ତି। ତୁରନ୍ତ ରାସ୍ତା ନିର୍ମାଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ କରିବେ ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri