ଭରା ନଦୀରେ ବାଜି ଲାଗୁଛି ଜୀବନ

ମାଥିଲି,୨୩।୧୦(ଡି.ଏନ. ଏ.): ପ୍ରତେକ ଦିନ ଭରା ନଈରେ ବାଜି ଲାଗୁଛି ଜୀବନ। ଜୀବୀକା ଆଗରେ ଜୀବନ ହୋଇଛି ତୁଚ୍ଛ। କେବଳ ଶିଳାନ୍ୟାଶ ପରେ ପୋଲ ନିର୍ମାଣ ଆରମ୍ଭ ହୋଇ ୫ବର୍ଷ ହେଲା ସରୁନି। ଯାତାୟାତ ଲାଗି ଲୋକେ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଏପରି ଦେଖିବାକୁ ବିଳିଛି ମାଲାକନଗିରି ଜିଲା ମାଥିଲି ବ୍ଲକରେ। ଏହି ବ୍ଲକର ଧୁଙ୍ଗିଆପୁଟ ପଞ୍ଚାୟତରେପ୍ରେବାହିତ ହେଉଛି ଅଟାଲଗୁଡ଼ା ନଦୀ। ନଦୀ ଉପରେ ଅଟାଲଗୁଡା, ଗୋଜିଆଗୁଡା, ଚୁରାକାନ, ଅନ୍ଧାରିଜବା, କହ୍ନାଡି, ପଦେଇକନ୍ଦ୍ରା, ମାଳିଗୁଡା, ମୁକୁଡୁ ଆଦି ନଅ ଖଣ୍ଡ ଗ୍ରାମର ପ୍ରାୟ ଦୁଇ ହଜାରରୁ ଉଦ୍ଧର୍‌ବ ଲୋକ ନିର୍ଭର କରିଥାନ୍ତି। ଗ୍ରାମବାସୀ ହାଟ, ବଜାର, ଡାକ୍ତରଖାନା ତହସିଲ, ବ୍ଲକ, ପଞ୍ଚାୟତ କାର୍ଯ୍ୟାଳୟକୁ ନିଜ କାର୍ଯ୍ୟରେ ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର ହୋଇ ଯାଇଥାନ୍ତି। ନଦୀ ଆରପଟେ ବ୍ଲକ, ତହସିଲ, କଲେଜ, ଡାକ୍ତରଖାନା, ଥାନା, ହାଟ, ବଜାର ଥିବାରୁ ପଦୀପାର ହୋଇ ଯିବା ବ୍ୟତୀତ ଅନ୍ୟ କିଛି ବିକଳ୍ପ ନାହିଁ। ଭଗ୍ରାମବାସୀଙ୍କ ସୁବିଧା ପାଇଁ ତତ୍କାଳୀନ ବିଧାୟକ ଡମ୍ବରୁ ଶିସା ୨୦୧୭ରେ ପୋଲ ନିର୍ମାଣ ଲାଗି ଶିଳାନ୍ୟାଶ କରିଥିଲେ। ଏଥିପାଇଁ ୮୧ ଲକ୍ଷ ୫୪ ହଜାର ଟଙ୍କା ବ୍ୟୟ ଅଟକଳ ହୋଇଥିଲା। ପୋଲ ନିର୍ମାଣ ସେହିବର୍ଷ ଆରମ୍ଭ ହୋଇ ୨୦୧୮ରେ ଶେଷ ହେବା କଥା। ମାତ୍ର ୫ବର୍ଷ ବିତିଯାଇଥିଲେ ମଧ୍ୟ ଏଯାଏ ଶେଷ ହୋଇପାରିନାହିଁ। କାର୍ଯ୍ୟ କରୁଥିବା ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ପାଇଁ ଆମକୁ ଦୁର୍ଦ୍ଦଶା ଭୋଗିବାକୁ ପଡୁଛି ବୋଲି ଅଭିଯୋଗ କରିଛନ୍ତି ଗ୍ରାମବାସୀ। ଶୀଘ୍ର ପୋଲ ନିର୍ମାଣ ଦିଗରେ ବ୍ଲକ ଓ ଜିଲା ପ୍ରଶାସନ ପଦକ୍ଷେପ ନ ନେଲେ ଆମେ ଆନ୍ଦୋଳନ କରିବୁ ବୋଲି ଚେତାବନୀ ଦେଇଛନ୍ତି ୯ଖଣ୍ଡ ଗ୍ରାମର ଗ୍ରାମବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?