ବିଲେଇ ପାଇଁ ଜୀବନ ଗଲା

ଭୁବନେଶ୍ୱର,୧୨।୧୦(ସତ୍ୟଜିତ୍‌ ରାଉତ)ରାଜଧାନୀରେ ଏକ ପରିତ୍ୟକ୍ତ କୂଅରୁ ବିଲେଇ ଉଦ୍ଧାର କରିବାକୁ ଯାଇ ଜଣେ ଆଇସ୍‌କ୍ରିମ୍‌ ବେପାରୀଙ୍କ ଜୀବନ ଯାଇଛି। ପଟିଆ ରେଳ ଷ୍ଟେଶନ ନିକଟରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ପ୍ରାୟ ୬୦ ଫୁଟ ଗଭୀର ଏକ ପରିତ୍ୟକ୍ତ କୂଅରେ ଜଣେ ବ୍ୟକ୍ତିଙ୍କ ପୋଷା ବିଲେଇ ପଡ଼ିଯିବା ପରେ ତାକୁ ଉଦ୍ଧାର କରିବାକୁ ଚେଷ୍ଟା କରାଯାଇଥିଲା। ବିଲେଇକୁ ଉଦ୍ଧାର କରିବାକୁ ଯାଇ ଜଣଙ୍କ ପରେ ଜଣେ ୩ଜଣ କୂଅ ଭିତରକୁ ପଶିଥିଲେ। ହେଲେ ସେମାନେ ବିଲେଇକୁ ଉଦ୍ଧାର କରିବା ପରିବର୍ତ୍ତେ ଫସିଯାଇଥିଲେ। କୂଅ ଭିତରୁ ଅଗ୍ନିଶମ ବାହିନୀ ପକ୍ଷରୁ ଦୁଇ ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଥିବାବେଳେ ଜଣଙ୍କ ଜୀବନ ଚାଲିଯାଇଥିଲା। ମୃତ ବ୍ୟକ୍ତି ହେଲେ ସ୍ଥାନୀୟ ଅଞ୍ଚଳରେ ରହୁଥିବା ଗଞ୍ଜାମ ଜିଲାର ଶିବରାମ ସାହୁ (୫୦)। ତେବେ ଉଦ୍ଧାର ହୋଇଥିବା ଦୁଇ ଜଣଙ୍କ ମଧ୍ୟରୁ ସ୍ଥାନୀୟ ଅଞ୍ଚଳର ଶଙ୍କର ଦାସଙ୍କ ଅବସ୍ଥା ଗୁରୁତର ରହିଛି। ସେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ଉଦ୍ଧାରଙ୍କ ମଧ୍ୟରୁ ଶିବରାମଙ୍କ ଭାଇ ଭଜରାମ ମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି। ମଞ୍ଚେଶ୍ୱର ପୋଲିସ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା (ନଂ.୧୦୪/୨୦୨୩) ରୁଜୁ କରି ତଦନ୍ତ ଚଳାଇଛି। ବ୍ୟବଚ୍ଛେଦ ପରେ ଶିବରାମଙ୍କ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଅନ୍ୟପକ୍ଷରେ କୂଅରେ ପଡ଼ିଥିବା ବିଲେଇର ମଧ୍ୟ ମୃତ୍ୟୁ ହୋଇଛି।
ସୂଚନା ଅନୁଯାୟୀ, ପୂର୍ବାହ୍ନ ପ୍ରାୟ ୧୧ଟାରେ ସ୍ଥାନୀୟ ଅଞ୍ଚଳର ଜଣଙ୍କ ପୋଷା ବିଲେଇ ବୁଲୁଥିବାବେଳେ ପାଚେରି ନ ଥିବା ଉକ୍ତ କୂଅ ଭିତରେ ପଡ଼ିଯାଇଥିଲା। ପରେ ମାଲିକ ଉପରେ ରହି ବାଲ୍‌ଟି ଦ୍ୱାରା ବିଲେଇକୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ଉକ୍ତ କୂଅ ଭିତରକୁ ପଶି ବିଲେଇକୁ ଉଦ୍ଧାର କରିଦେବେ ବୋଲି ଶିବରାମ କହିଥିଲେ। ସାହସିକତାର ସହ ଶିବରାମ ଉକ୍ତ କୂଅ ଭିତରକୁ ଯାଇ ଅଣନିଃଶ୍ୱାସୀ ହେବା ସହ ପାଣିରେ ବୁଡ଼ିଯାଇଥିଲେ। ଏହାପରେ ତାଙ୍କୁ ଉଦ୍ଧାର କରିବାକୁ ଯାଇ ଶଙ୍କର ଉକ୍ତ କୂଅ ଭିତରକୁ ଯାଇ ସେ ମଧ୍ୟ ଫସିଯାଇଥିଲେ। ଶିବରାମ ଓ ଶଙ୍କର କୂଅ ଭିତରେ ଜୀବନ ସହ ସଂଘର୍ଷ କରୁଥିବା ବେଳେ ଭଜରାମ ମଧ୍ୟ କୂଅ ଭିତରକୁ ପଶି ଫସିଯାଇଥିଲେ। ଏନେଇ ଖବର ପାଇ ମଞ୍ଚେଶ୍ୱର ଅଗ୍ନିଶମ ଟିମ୍‌ ପହଞ୍ଚତ୍ ୩ଜଣଙ୍କୁ ଉଦ୍ଧାର କରିଥିଲେ। ହେଲେ ସେତେବେଳକୁ ଶିବରାମଙ୍କର ମୃତ୍ୟୁ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri