ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫ ଡିଗ୍ରୀରୁ ଅଧିକ ରହୁଛି। ସତେଯେପରି ତତଲା କଡେଇରେ ଭାଜି ହେଉଥିବା ଭଳି ମନେହେଉଛି। ଏହାକୁ ଦୃଷ୍ଟିରେ ରଖି ଜରୁରିକାଳୀନ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଜିଲା ପ୍ରଶାସନ। ଗତ କିଛିଦିନ ହେଲା କଳାହାଣ୍ଡିରେ ତାପମାତ୍ରା ୪୫ ଡିଗ୍ରୀ ଉପରେ ରହୁଛି। ଖରାର ତାତିରୁ ରକ୍ଷା ପାଇବା ପାଇଁ କିଏ ମୁଣ୍ଡରେ ଟୋପି, ଗାମୁଛା ପିନ୍ଧିଛି ତ ଆଉ କିଏ କଳା ଚଷମା ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି। ଲସି, ସରବତ ଓ ଆମ୍ବ ରସ ଦୋକାନରେ ଭିଡ଼ ଜମୁଛି। ଥଣ୍ଡା ପାନୀୟର ଚାହିଦା ବଢିଥିବାବେଳେ ଲସି କିମ୍ବା ସରବତ ପିଇ ଆଶ୍ୱସ୍ତ ଅନୁଭବ କରୁଛନ୍ତି ଲୋକେ। ତାପମାତ୍ରାର ଅହେତୁକ ବୃଦ୍ଧି ସାଙ୍ଗକୁ ବିଜୁଳି କାଟ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ସକାଳ ୮ଟାରୁ ସା ୬ଟା ପର୍ଯ୍ୟନ୍ତ ଜିଲାରେ ଅଧିକାଂଶ ଦୋକାନବଜାର ବନ୍ଦ ରହୁଥିବାବେଳେ ରାସ୍ତାଘାଟ ଜନଶୂନ୍ୟ ହୋଇପଡୁଛି। ଜିଲାର ମୁଖ୍ୟାଳୟ ଭବାନୀପାଟଣା ସମେତ ଜୁନାଗଡ଼, ଧର୍ମଗଡ଼, କେସିଙ୍ଗା ଆଦି ସହରରେ ଦିନ ବେଳା ୪୫ ଡିଗ୍ରୀ ତାପମାତ୍ରା ରହୁଛି। ତାପମାତ୍ରାକୁ ଦୃଷ୍ଟିରେ ରଖ ଜିଲାର ସମସ୍ତ ଡାକ୍ତରଖାନାରେ ଅଂଶୁଘାତ ମୁକାବିଲା ପାଇଁ ବ୍ୟବସ୍ଥା କରିଛି ସ୍ବାସ୍ଥ୍ୟ ବିଭାଗ। ଏଭଳି ସମୟରେ ଜିଲାର ବିଭିନ୍ନ ସ୍ଥାନରେ ବନାଗ୍ନି ତଥା ଜମିରେ ଲାଗୁଥିବା ନିଆଁ ଚିନ୍ତା ବଢାଉଛି। ଏହାଛଡା ଜିଲାର ଅନେକ ଅଞ୍ଚଳରେ ବେଆଇନ ଇଟାଭାଟି ଯୋଗୁ ପରିବେଶ ଅଧିକ ଉତ୍ତପ୍ତ ହେବାରେ ଲାଗିଛି। ଜିଲାର ବିଭିନ୍ନ ନାଳ ପୋଖରୀରେ ପାଣି ଶୁଖୁଯିବା କାରଣରୁ ଗୃହପାଳିତ ପଶୁପକ୍ଷୀ ଓ ବନ୍ୟଜନ୍ତୁ ପାନୀୟ ଜଳ ସଙ୍କଟର ସମ୍ମୁଖୀନ ହେଉଛନ୍ତି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମିନତୀ ଲତା ଦାସଙ୍କୁ ପଚାରିବାରୁ ଅଂଶୁଘାତ ମୁକାବିଲା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସଚେତନତା କରାଯାଉଛି। ଜିଲାର ମୁଖ୍ୟ ଚିକିତ୍ସାଳୟ ସମେତ ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଅଂଶୁଘାତ କକ୍ଷ ଖୋଲାଯାଇଛି। ବର୍ତ୍ତମାନ ସୁଦ୍ଧା ଜିଲାରେ ଅଂଶୁଘାତରେ କେହି ଆକ୍ରାନ୍ତ ହୋଇ ନ ଥିବାବେଳେ ଆଗକୁ କଣ ହେବ ସେଥିପ୍ରତି ଯତ୍ନବାନ ରହିଛୁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri