ପ୍ରେମ ପାଇଁ ଜୀବନ ଗଲା

ପରଜଙ୍ଗ, ୨୭।୪(ଡି.ଏନ୍‌.ଏ.)
ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗ୍ରାମ ନିକଟବର୍ତ୍ତୀ କାଜୁ ଜଙ୍ଗଲରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ବୁଧବାର ଜବତ କରାଯାଇଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ମନୋଜ ବିଶ୍ୱାଳ। ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ଗୋଟିଏ ପରିବାରର ୪ଜଣ ତାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଜଙ୍ଗଲରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ସମଗ୍ର ଜିଲାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।
ପୋଲିସ ନିକଟରେ ହୋଇଥିବା ଅଭିଯୋଗ ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ମନୋଜ ବାଇକ୍‌ରେ ଅଁଳାକଟା ଗ୍ରାମରେ ହେଉଥିବା ଯାତ୍ରା ଦେଖିବାକୁ ଯାଇଥିଲେ। ବୁଧବାର ସକାଳେ ତାଙ୍କର କ୍ଷତାକ୍ତ ମୃତଦେହ ଗଁା ପାଖ କାଜୁ ବଗିଚାରୁ ଠାବ କରାଯାଇଥିଲା। ସୂଚନା ପାଇ ଏସ୍‌ଡିପିଓ ରଞ୍ଜନ କୁମାର ଦେ, ଥାନାଧିକାରୀ ପ୍ରଶାନ୍ତ କୁମାର ପାତ୍ରଙ୍କ ସମେତ ଢେଙ୍କାନାଳରୁ ଆସିଥିବା ସାଇଣ୍ଟିଫିକ୍‌ ଟିମ୍‌ ସନ୍ଧାନୀ କୁକୁର ସହାୟତାରେ ଘଟଣାସ୍ଥଳରେ ତଦନ୍ତ କରିଛନ୍ତି। ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ମୃତକଙ୍କ ବଡ଼ଭାଇ ସରୋଜ ବିଶ୍ୱାଳଙ୍କ ଅଭିଯୋଗକ୍ରମେ ଥାନାରେ ଏକ ହତ୍ୟା ମାମଲା ରୁଜୁ ହୋଇଛି। ଏହି ହତ୍ୟାକାଣ୍ଡ ପଛରେ ଏକ ପରିବାରର ୪ ଜଣଙ୍କ ସମ୍ପୃକ୍ତି ଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି।
ମୃତକଙ୍କ ବଡ଼ଭାଇ ସରୋଜଙ୍କ କହିବା କଥା, ଗ୍ରାମର ଜଣେ ଯୁବତୀଙ୍କ ସହ ମଝିଆ ଭାଇ ମନୋଜଙ୍କ ପ୍ରେମ ସମ୍ପର୍କ ରହିଥିଲା। ଏହାକୁ ଯୁବତୀଙ୍କ ପରିବାର ସଦସ୍ୟ ବିରୋଧ କରି ଆସୁଥିଲେ। ଏପରି କି କିଛିମାସ ତଳେ ସରୋଜଙ୍କୁ ସମ୍ପୃକ୍ତ ପରିବାର ଲୋକେ ମରଣାନ୍ତକ ଆକ୍ରମଣ କରିଥିଲେ। ଏ ନେଇ ଥାନାରେ ଅଭିଯୋଗ ମଧ୍ୟ ହୋଇଥିଲା। ହେଲେ ପୋଲିସ କୌଣସି ପଦକ୍ଷେପ ନେଇ ନ ଥିଲା। ଯାତ୍ରା ଦେଖି ଯାଇଥିବା ସୁଯୋଗରେ ଯୁବତୀଙ୍କ ପରିବାରର ୪ ଜଣ ମନୋଜଙ୍କୁ ଲୁହା ରଡ୍‌ରେ ପିଟି ହତ୍ୟା କରିଛନ୍ତି। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସରୋଜ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ଥାନାଧିକାରୀ ପାତ୍ର କୁହନ୍ତି, ମୃତ ଯୁବକଙ୍କ ବଡ଼ଭାଇଙ୍କ ଅଭିଯୋଗ ଅନୁଯାୟୀ ୪ଜଣଙ୍କ ନାମରେ ହତ୍ୟା ମାମଲା ରୁଜୁ ହୋଇଛି। ପାରିପାର୍ଶ୍ୱିକ ସ୍ଥିତି ଏବଂ ମୃତକଙ୍କ ପରିବାର ସଦସ୍ୟଙ୍କ ବୟାନ ଆଧାରରେ ତଦନ୍ତ କରାଯାଉଛି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଥାନାଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?